ନିଲମ୍ବିତ ଏସ୍‌ଆଇ ରାକେଶ ଗିରଫ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚୋରା ଗାଡ଼ି କାରବାର ସହ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା କରି ଗର୍ଭପାତ କରାଇବା ଘଟଣାରେ ସମ୍ପୃକ୍ତ କ୍ୟାପିଟାଲ ଥାନା ନିଲମ୍ବିତ ସବ୍‌ ଇନ୍ସପେକ୍ଟର ରାକେଶ ସାମଲଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପ୍ରାୟ ୨ମାସ ଧରି ବିଭାଗର ବିନାନୁମତିରେ କାର୍ଯ୍ୟରେ ଯୋଗ ଦେଉ ନଥିବା ଅଭିଯୁକ୍ତ ଏସ୍‌ଆଇ ରାକେଶଙ୍କୁ କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ରାଉରକେଲାରୁ ଗିରଫ କରିଛି। ରାଉରକେଲା ରଘୁନାଥପାଲ୍ଲୀ ଥାନାରେ ତାଙ୍କୁ ପଚରାଉଚରା ପରେ ଭୁବନେଶ୍ବର ଅଣାଯିବ ବୋଲି ଏକ ବିଶ୍ବସ୍ତ ସୂତ୍ରରୁ ଖବର ମିଳିଛି। ଗୁରୁବାର ତାଙ୍କୁ ଭୁବନେଶ୍ୱରରେ ତଦନ୍ତକାରୀ ଅଧିକାରୀମାନେ ଜେରା କରି ତଥ୍ୟ ସଂଗ୍ରହ ପରେ କୋର୍ଟ ଚାଲାଣ କରାଯିବ। ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାକତ୍ାର କରି ଗର୍ଭପାତ ଘଟଣା ସହ ଚୋରାଗାଡ଼ି କାରବାରରେ କମିଶନରେଟ ପୋଲିସର ସମ୍ପୃକ୍ତି ନେଇ ରହିଥିବା ସଙ୍ଗିନ ଅଭିଯୋଗ ଉପରୁ ମଧ୍ୟ ପରଦା ଉଠିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ରାକେଶଙ୍କ ସହ କିଛି ବରିଷ୍ଠ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଥିବାରୁ ଏବେ ସେମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଚୋରା ଗାଡି କେଉଁଠାରୁ କିପରି ଆଣୁଥିଲେ, ଏହି ସଙ୍ଗିନ କାରବାରରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତି ରହିଛି ତାହାକୁ ତଦନ୍ତ ପରିସରଭୁକ୍ତ କରାଯିବ। ଏପରି କି ଆରଟିଓ ଅଫିସରେ ଜାଲ୍‌ କାଗଜପତ୍ର ତିଆରି କରିବାରେ ଅନ୍ୟ ପୋଲିସ ଅଧକାରୀ ସେମାନଙ୍କୁ ସହଯୋଗ କରୁଥିବା ନେଇ ଯେଉଁ ଅଡିଓ କ୍ଲିପ ଭାଇରାଲ୍‌ ହୋଇଛି ତା’ର ମଧ୍ୟ ତଦନ୍ତ କରାଯିବ ବୋଲି କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ରାକେଶଙ୍କ ବିରୋଧରେ ଭୁବନେଶ୍ୱର ମହିଳା ଥାନାରେ ଆଇପିସି ଦଫା ୩୭୬, ୩୧୩, ୫୦୬ ଏବଂ ୪୨୦ରେ ଏକ ମାମଲା ରୁଜୁ ହୋଇଛି। ଏହି ଘଟଣାକୁ ଡିସିପି ଅଫିସରେ ଥିବା ଇନ୍‌ଭେଷ୍ଟିଗେଟିଭ ୟୁନିଟ ଫର୍‌ କ୍ରାଇମ୍‌ ଏଗ୍‌ନେଷ୍ଟ ଓମେନ୍‌(ଆଇୟୁସିଏଡବ୍ଲ୍ୟୁ) ସେଲ୍‌ ଅଧିକାରୀ ସୁଜାତା ଜେନା ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri