ନିଲାମ ହେବ ରାଜ୍ୟର ୭ ଖଣିଜ ବ୍ଲକ

ନୂଆଦିଲ୍ଲୀ,୩-୧୦: ରାଜ୍ୟର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବ୍ଲକଗୁଡିକରେ ୧୪୮.୦୧୧ ନିୟୁତ ଟନ୍‌ ଖଣିଜ ସମ୍ପଦ ରହିଛି। ବ୍ଲକଗୁଡିକ ମଧ୍ୟରେ ୪ ଚୂନପଥର, ୨ କ୍ରୋମାଇଟ ଏବଂ ଗୋଟିଏ ଗ୍ରାଫାଇଟ ଖଣି ସାମିଲ ରହିଥିବା ଖଣି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିୟମ ମୁତାବକ ଫାଷ୍ଟ କମ୍‌ ଫାଷ୍ଟ ସର୍ଭ ଭିତ୍ତିରେ ଲିଜ ପ୍ରଦାନ ଲାଗି ବ୍ୟବସ୍ଥା କରାଯିବ ନାହିଁ ବୋଲି ଗତ ମାସରେ କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଥିଲେ। ନିୟମ ଅନୁସାରେ ଖଣିଗୁଡିକର ନିଲାମ ହେବ ବୋଲି ସେ ଜୋର ଦେଇଥିଲେ। ଫେଡେରେଶନ ଅଫ ଇଣ୍ଡିଆନ ମିନେରାଲ ଇଣ୍ଡଷ୍ଟ୍ରିଜ( ଫିମି) ପକ୍ଷରୁ ପୁରୁଣା ପ୍ରଣାଳୀ ଲାଗୁ କରାଇବା ନେଇ ଆଲୋଚନା ହେବା ପରେ ସରକାର ନିଲାମ ନିୟମ ନେଇ ଏଭଳି ସ୍ପଷ୍ଟିକରଣ ରଖିଛନ୍ତି।
ସରକାରଙ୍କ ଏହି ପକ୍ଷକୁ ଆଧାରରେ ଖଣି ସଚିବ ଅନୀଲ ମୋକିମ କହିଛନ୍ତି, ଖଣି ନିଲାମ ଏକ ସ୍ବଚ୍ଛ ଧାରା। ଏହି ଧାରାକୁ ଆଗେଇ ନେବା ଲାଗି ରାଜ୍ୟ ସରକାରଗୁଡିକ ପ୍ରାଥମିକତା ଭିତ୍ତିରେ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୬୫ ଖଣି ନିଲାମ ହୋଇ ସାରିଥିବା ବେଳେ ଏଗୁଡିକ ମଧ୍ୟରୁ ୯ଟି କାର୍ଯ୍ୟକ୍ଷମ ହୋଇଥିବା ମନ୍ତ୍ରଣାଳୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri