ନିଶାସକ୍ତ ଚାଳକଙ୍କ ମଧ୍ୟରେ କୋକୁଆ ଭୟ

ବ୍ରହ୍ମପୁର ଅଫିସ,୨୬ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ଚାରିଆଡେ ଚେକିଂ କରାଯାଉଛି। ଅନ୍ୟପଟେ ରାଜପଥରେ ନିଶାସକ୍ତ ଗାଡି ଚାଳକଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଧରପଗଡ ଜୋରଦାର ହେବା ପରେ ବହୁ ମଦ ଦୋକାନ ଏବେ ଖଁ। ଖଁ। ହୋଇପଡିଥିବା ଦେଖିବାକୁ ମିଳିଛି। କେବଳ ରାଜପଥ କଡ଼ କାହିଁକି ବ୍ରହ୍ମପୁର ସମେତ ଜିଲାର ବିଭିନ୍ନ ସ୍ଥାନରେ ଥିବା ମଦ ଦୋକାନ ଆଗ ଖାଲିପଡିଛି। ସଡକ ଦୁର୍ଘଟଣା ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନେବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ମୋଟରଯାନ ଆଇନରେ ସଂଶୋଧନ ଆଣି ଗାଡି ଚାଳକଙ୍କ ଲାଗି ଯେଉଁ ଜରିମାନା ଏବଂ ଦଣ୍ଡ ବ୍ୟବସ୍ଥା କରିଛନ୍ତି ସେଥିରେ ଗାଡିଚାଳକମାନେ ଭୟଭୀତ ହୋଇପଡିଛନ୍ତି। ବିଶେଷକରି ସନ୍ଧ୍ୟା ହେଲେ ପୋଲିସ ନିଶାସକ୍ତ ଗାଡି ଚଳକଙ୍କ ଉପରେ କଡା ଆଭିମୁଖ୍ୟ ଗ୍ରହଣ କରୁଛି। ନିଶାଗ୍ରସ୍ତ ଅବସ୍ଥାରେ ଗାଡି ଚଳାଇ ବ୍ରେଥ୍‌ ଆନାଲାଜରରେ ଧରାପଡିଲେ ସେମାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରୁଛି। ସେମାନଙ୍କଠାରୁ ୧୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଉଛି। ଜରିମାନା ନ ଦେଲେ ସେମାନଙ୍କ ନଁାରେ ମାମଲା ରୁଜୁ ହେଉଛି। ବାରମ୍ବାର ଧରାପଡିଲେ ଜରିମାନା ବଢିବା ସହିତ ଅଧିକ ଦଣ୍ଡ ବିଧାନ ଏବଂ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବାର ଯେଉଁ ଆଇନଗତ ପ୍ରାବଧାନ ରହିଛି ସେଥିରେ ଗାଡି ଚଳକମାନେ ମଦ ପିଇବାକୁ ଭୟ କରୁଛନ୍ତି। ସେହିପରି ଗତ ୨୧ ଦିନ ମଧ୍ୟରେ ଜିଲାରେ ସଡକ ଦୁର୍ଘଟଣା ସଂଖ୍ୟା ହ୍ରାସ ପାଇବା ସହିତ ଦୁର୍ଘଟଣା ଜନିତ ମୃତ୍ୟୁ ବି କମିଛି। ଏଥି ଯୋଗୁ ଚଳିତ ମାସର ବୁଧବାର ସୁଦ୍ଧା ବିଭିନ୍ନ ଅପରାଧ ସଂଖ୍ୟା ମଧ୍ୟ ହ୍ରାସ ପାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri