ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ସୋମବାର ଜିଲା ଶିକ୍ଷାଧିକାରୀ ଡ. ସନାତନ ପଣ୍ଡା, ବ୍ଲକ ଶିକ୍ଷାଧିକାରୀ ରବୀନ୍ଦ୍ର କୁମାର ପଣ୍ଡା, ଏବିଇଓ ସୌରୀ ଶଙ୍କର ବେହେରା, ବୈଷୟୀକ ପରାମର୍ଶ ଦାତା (ଟିସି) ନିକିତା ପାଢ଼ୀ, ବରିଷ୍ଠ ଟିସି ସୁନ୍ଦର ରାୟ, ଜିଲା ବିଜ୍ଞାନ ସୁପରଭାଇଜର ପନ୍ନଗ ଭୂଷଣ ମାଝି ପ୍ରମୁଖ ଜାତୀୟ ମାନବାଧିକାର ଖିଲାପ କରୁଥିବା ବାହାରପୁର ପଞ୍ଚାୟତର ଦଣ୍ଡାସି ବଗଡ଼ ବିଦ୍ୟାଳୟ ପରିଦର୍ଶନ ପରେ ଖଜୁରିପଦା ବିଦ୍ୟାଳୟରେ ପହଞ୍ଚତ୍ଥିଲେ। କିନ୍ତୁ ବିଦ୍ୟାଳୟରେ ଶିକ୍ଷକ ସୀମାଞ୍ଚଳ ଅନୁପସ୍ଥିତ ଥିଲେ। ସ୍ଥାନୀୟ ଗ୍ରାମବାସୀ ଶିକ୍ଷକ ଜଣକ ପ୍ରତିଦିନ ନିଶା ସେବନ କରି ସ୍କୁଲକୁ ଆସୁଥିବାରୁ ଠିକ୍ଭାବେ ପଢ଼ାଇ ପାରୁନାହାନ୍ତି ବୋଲି କହିଥିଲେ। ଜିଲା ଶିକ୍ଷାଧିକାରୀ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ଆଦେଶ ସଂଖ୍ୟା ୮୧୮/ତା. ୨୨ା୭ା୧୯ରେ ନିଲମ୍ବନ କରିଥିଲେ। ପ୍ରକାଶଯେ, ଏନ୍ଏଚ୍ଆର୍ସି କେସ୍ ନଂ. ୪୦୭୩ରେ ଡିଇଓ ବିଦ୍ୟାଳୟ ପରିଦର୍ଶନ କରିଥିଲେ।
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ
ଭୁବନେଶ୍ୱର,୮।୭(ସୁନିତ୍ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…
ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…
ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…
ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…
ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…
ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ
ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…
ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…
ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…
Archives

