ନିଶାସକ୍ତ ଶିକ୍ଷକଙ୍କ ଉନ୍ମତ୍ତକାଣ୍ଡ: ରାସ୍ତାରେ ଛାତ୍ରୀଛାତ୍ରଙ୍କୁ ଆଣ୍ଠେଇ ବହିଷ୍କୃତ

ଯାଜପୁର ଅଫିସ,୬।୧୨ – ଯାଜପୁର ଜିଲା ସୁକିନ୍ଦା ବ୍ଲକ ଲେମ୍ବୋ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାଲିଆ ପ୍ରାଥମିକ ସ୍କୁଲରେ କାର୍ଯ୍ୟରତ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବା ଅଭିଯୋଗରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ମର୍ମରେ ଜିଲା ଶିକ୍ଷାଧିକାରୀ କୃଷ୍ଣଚନ୍ଦ୍ର ନାୟକଙ୍କ ନିର୍ଦ୍ଦେଶକ୍ରମେ ସୁକିନ୍ଦା ବ୍ଲକ ଶିକ୍ଷାଧିକାରୀ(ବିଇଓ) ଶିବରାମ ସାହୁ ତାଙ୍କ ପତ୍ରସଂଖ୍ୟା ୧୨୯୩/୫ା୧୨ା୨୦୧୯ରେ ନୋଟିସ ଜାରି କରିବା ସହିତ ଶିକ୍ଷକ ମହାନ୍ତଙ୍କୁ ତୁରନ୍ତ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଯାଜପୁର ଜିଲାପାଳଙ୍କୁ ଏନେଇ ବିଇଓ ସାହୁ ୧୨୯୭/୫ା୧୨ା୨୦୧୯ ପତ୍ରାଙ୍କରେ ସୂଚିତ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଗଣଶିକ୍ଷକ ମହାନ୍ତ ପ୍ରାୟ ଶିକ୍ଷା ଦିବସରେ ନିଶାସକ୍ତ ହୋଇ ସ୍କୁଲକୁ ଯାଇଥାନ୍ତି। ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ସହିତ ବିଭିନ୍ନ ସମୟରେ ଅକଥନୀୟ ଅତ୍ୟାଚାର କରିଥାନ୍ତି। ଏନେଇ ଗ୍ରାମବାସୀ ପୂର୍ବରୁ ଅନେକ ଥର ତାଙ୍କୁ ତାଗିଦ କରିଥିଲେ ହେଁ କିଛି ସୁଫଳ ମିଳି ନ ଥିଲା। ବୁଧବାର ପୂର୍ବାହ୍ନରେ ଶିକ୍ଷକ ମହାନ୍ତ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଯାଇ ଛାତ୍ରୀଛାତ୍ରଙ୍କୁ ଧମକଚମକ ଦେଇଥିଲେ। ଏପରିକି ତାଙ୍କ ବାଇକକୁ ରାସ୍ତାରେ ପକାଇ ଦେଇ ଛାତ୍ରୀଛାତ୍ରଙ୍କୁ ଡାକି ଆଣ୍ଠେଇବାକୁ କହିଥିଲେ। ଛାତ୍ରୀଛାତ୍ରମାନେ ରାସ୍ତା ମଝିରେ କାନ ଧରି ଆଣ୍ଠେଇଥିଲେ ା ଏହାକୁ ଦେଖି ଆଖପାଖରେ ଥିବା ଲୋକେ ବାରଣ କରିଥିଲେ ବି ଶିକ୍ଷକ ଜଣକ କାହାରି କଥାକୁ ମାନି ନ ଥିଲେ। ଓଲଟା ଛାତ୍ରୀଛାତ୍ରଙ୍କ ଆଣ୍ଠେଇବାର ଦୃଶ୍ୟ ଦେଖି ମଜା ନେଉଥିଲେ। ବିଡ଼ମ୍ବନା ଯେ ଆଣ୍ଠେଇଥିବା ଛାତ୍ରୀଛାତ୍ରଙ୍କ ସହ ସେ ଝୁଲିଝୁଲି ଫଟୋ ନେବାକୁ କହିଥିଲେ। ଏହାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ପୂର୍ବରୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ତେବେ ଏହି ଘଟଣାକୁ ସାଧାରଣରେ ନିନ୍ଦା କରାଯିବା ସହିତ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରିବାକୁ ଦାବି ହୋଇଛି। ଏ ସଂକ୍ରାନ୍ତରେ ଜିଲା ଶିକ୍ଷାଧିକାରୀ କୃଷ୍ଣଚନ୍ଦ୍ର ନାୟକଙ୍କୁ ପଚାରିବାରେ ସେ କହିଛନ୍ତି, ସମ୍ପୃକ୍ତ ଶିକ୍ଷକଙ୍କୁ ତୁରନ୍ତ ବହିଷ୍କାର କରିବାକୁ ବିଇଓଙ୍କୁ ନିର୍ଦ୍ଦେଶ ହୋଇଛି। ତେବେ ଆବଶ୍ୟକ ତଦନ୍ତ କରିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri