ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ୧୫ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାକୁ ଦୁଇ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ।
ପ୍ରକାଶ ଯେ, ଗ୍ରାମର ତୁଲାରାମ ହାତୀ ମଦପିଇ କକାପୁଅ ଭାଇ ପଦୁଲୋଚନ ହାତୀ(୪୫) ଓ ତାଙ୍କ ପରିବାରକୁ ଗାଳିଗୁଲଜ କରିବା ସହ ଏକ ବାଡିରେ ପିଟିଥିଲେ। ପଦୁଲୋଚନର ମା’ ହାରାବତୀ ହାତୀ(୭୦) କାହିଁକି ମାଡପିଟ କରୁଛ ବୋଲି କହିବାରୁ ତାକୁ ମଧ୍ୟ ତୁଲାରାମ ଛାଡି ନ ଥିଲେ। ଫଳରେ ତାଙ୍କ ମୁଣ୍ଡ ଫାଟି ଯାଇଥିଲା। ପଦୁଲୋଚନଙ୍କ ସ୍ତ୍ରୀ ମଧ୍ୟ ମାଡରେ ଆହତ ହୋଇଥିଲେ। ଏ ନେଇ ପଦୁଲୋଚନଙ୍କ ଅଭିଯୋଗ ପରେ କଣ୍ଟାବାଞ୍ଜି ପୋଲିସ ଥାନାରେ କେସ ନଂ. ୨୨୮/୧୯ରେ ଏକ ମାମଲା ରୁଜୁ କରିଥିଲା। କଣ୍ଟାବାଞ୍ଜି ପୋଲିସ ଘଟଣାର ଦୁଇ ଦିନ ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ କରିବାରୁ ଘଟଣା ବିଷୟରେ ବଲାଙ୍ଗୀର ଏସ୍‌ପିଙ୍କୁ ଜଣାଇବେ ବୋଲି ଅଭିଯୋଗକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri