ନିଶା ଔଷଧ କାରବାର : ଜଣେ ଗିରଫ

ଯୋଡ଼ା,୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରର ସହିଦ ନଗରଠାରେ ଯୋଡା ପୋଲିସ ଚଢାଉ କରି ନିଶା ଔଷଧ ଓ ମଦ କାରବାର କରୁଥିବା ଅଭିଯୋଗରେ ଅନଓ୍ବାର ହୁସେନ୍‌ଙ୍କୁ ଗିରଫ କରିଛି। ଯୋଡା ଥାନା ଏସଆଇ ବିଶ୍ୱଜିତ ବେହେରାଙ୍କ ଠାରୁ ମିଳିଥିବା ସୂଚନାନୁଯାୟୀ ଦୀର୍ଘଦିନ ଧରି ଉକ୍ତ ଯୁବକ ଜଣକ ଚୋରାରେ ଦେଶୀ ମଦ କାରବାର କରିବା ସହିତ ବେଆଇନ୍‌ ଭାବେ ନିଶା ଔଷଧ କୋରେକ୍ସ ଓ କ୍ୟାପସୁଲ୍‌ ବିକ୍ରି କରି ଆସୁଥିଲେ । ଏନେଇ ସ୍ଥାନୀୟ ଅଞ୍ଚଳରେ ଏହି କାରବାରକୁ ବନ୍ଦ କରିବା ପାଇଁ ଅଭିଯୋଗ ହୋଇ ଆସୁଥିଲା। ଯୋଡା ପୋଲିସ ଏହି କାରବାର ସମ୍ପର୍କରେ ଗୁପ୍ତ ସୂଚନା ପାଇ ମଙ୍ଗଳବାର ବିଳମ୍ବିତ ରାତିରେ ସଦଳବଳେ ଅନଓ୍ବାର ହୁସେନଙ୍କ ଘରେ ଚଢାଉ କରି ୭ ଟି କୋରେକ୍ସ ବୋତଲ , ୫ଷ୍ଟ୍ରିବ୍‌ ନିଶା କ୍ୟାପସୁଲ ପ୍ଲାଜମୋ ଏବଂ ୧୫ ଲିଟର ମହୁଲିମଦ ମଧ୍ୟ ଜବତ କରିଥିଲା । ପୋଲିସ ଏନେଇ ଏକ ମାମଲା (ନଂ.୧୨୬/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିବା ଏସଆଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ କି, ଏନେଇ ଧରିତ୍ରୀରେ ତଥ୍ୟଭିତ୍ତିକ ଖବର ମଧ୍ୟ ପ୍ରକାଶ ପାଇଥିଲା । ଖବର ପ୍ରକାଶ ପାଇବା ପରେ ପୋଲିସ ତତ୍ପରତା ବୃଦ୍ଧି ପାଇଥିଲା। ଯୋଡା ସହରରେ ବ୍ରାଉନସୁଗାର, ଗଞ୍ଜେଇ କାରବାର ବୃଦ୍ଧି ପାଇବାରେ ଲାଗିଛି ବୋଲି ଯୋଡା ବିକାଶ ପରିଷଦର ସଭାପତି ନିରଞ୍ଜନ ବହିଦାର କହିଛନ୍ତି ଯେ, ଏନେଇ ଜିଲା ଆରକ୍ଷୀ ନିରୀକ୍ଷକ ପ୍ରତ୍ୟକ୍ଷ ଭାବେ ଯୋଡା ପୋଲିସକୁ ନିର୍ଦ୍ଦେଶ ଦେଲେ ଏହି ନିଶା କାରବାର ଉପରେ ଅଙ୍କୁଶ ଲଗାଯାଇପାରନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri