ନିଶା ନିବାରଣ ଅଭିଯାନପାଇଁ ଅଣ୍ଟା ଭିଡ଼ିଲେ ମହିଳା

ବଡବିଲ, ୨୧।୮ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଦଲକିବସ୍ତିର ଶତାଧିକ ମହିଳା ନିଶା ନିବାରଣ ଅଭିଯାନ ପାଇଁ ଅଣ୍ଟା ଭିଡିଛନ୍ତି। ମା’ ଠାକୁରାଣୀ ମହିଳା ସମିତି ନେତୃତ୍ୱରେ ମଙ୍ଗଳବାର ଅଞ୍ଚଳର ଅଧିକାଂଶ ମହିଳା ଦଲକି ଫୁଟବଲ ପଡିଆରେ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଶୋଭାଯାତ୍ରାରେ ଗଳିକନ୍ଦି ବୁଲି ନିଶା ନିବାରଣ ଅଭିଯାନ ଆରମ୍ଭ କରିଛନ୍ତି ଏହି ମହିଳା ଗୋଷ୍ଠୀ। ଦଲକିବସ୍ତିରେ ଏକାଧିକ ବେଆଇନ ଦେଶୀ ମଦ ବିକ୍ରୟ କେନ୍ଦ୍ର ସହ ଠାକୁରାଣୀ ବଜାର ଭିତରେ ବେଆଇନ ଭାବେ ଜଣେ ବ୍ୟକ୍ତି ବିଦେଶୀମଦ ଚୋରାରେ ବିକ୍ରି କରୁଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଅବକାରୀ ବିଭାଗ କିମ୍ବା ପୋଲିସ ଏ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାବେଳେ ମଦ୍ୟପାନ କରି ଦୈନିକ ଘରୋଇ କଳହ, ମାଡପିଟ୍‌ ଏପରିକି ଅନେକ ମୃତ୍ୟୁମୁଖରେ ମଧ୍ୟ ପଡୁଥିବା ସ୍ଥାନୀୟ ଅଭିଯୋଗ ହୋଇଛି। ଏଥିନେଇ ଦଲକିବସ୍ତିର ମହିଳାବୃନ୍ଦ ସଚେତନ ହୋଇଛନ୍ତି। ଏହାର ନେତୃତ୍ୱ ନେଇଛନ୍ତି ଜୟନ୍ତୀ ବାରିକ, ଯାଜ୍ଞସେନୀ ବେହେରା, ପଦ୍ମିନୀ ପାତ୍ର, ପ୍ରମିଳା ନାଏକ, କୁମୁଦିନୀ ନାଏକ ଏବଂ ଅନୀତା ବେହେରା। ମଙ୍ଗଳବାର ଏହି ମହିଳାମାନେ ଦଲକି ବସ୍ତି ଓ ଠାକୁରାଣୀ ଅଞ୍ଚଳରେ ଥିବା ବିଭିନ୍ନ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରୟ କେନ୍ଦ୍ରକୁ ଯାଇ ବନ୍ଦ କରିବାକୁ ତାଗିଦ୍‌ କରିଛନ୍ତି। ଆଗାମୀ ଦିନରେ ମଦ ବିକ୍ରି କଲେ ନଷ୍ଟ କରିଦେବାକୁ ଧମକ ମଧ୍ୟ ଦେଇଥିବା ଜଣାପଡିଛି। ତେବେ ଅଞ୍ଚଳରେ ମଦ ଦୋକାନ ବନ୍ଦ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ମହିଳା ଗୋଷ୍ଠୀ ଦୃଢୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri