ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା: ମାମଲା ଚାପି ଦେବାକୁ ପୋଲିସର ଉଦ୍ୟମ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ତମାଣ୍ଡୋ ଥାନା କଳିଙ୍ଗବିହାରସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ନୟାପଲ୍ଲୀ ଗଡସାହିର ଅକ୍ଷୟ ମାଝି(୪୫)। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ଚୁପ ହୋଇ ବସି ପଡିଛି। ପୋଲିସ ନିଶା ନିବାରଣ କେନ୍ଦ୍ର ସହ ସଲାସୁତରା କରି ମାମଲାକୁ ଚାପି ଦେବାକୁ ଉଦ୍ୟମ କରୁଥିବା ମୃତ ଅକ୍ଷୟଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ସକାଳେ କ୍ୟାପିଟାଲ ହସ୍ପିଟାଲରେ ଅକ୍ଷୟଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ପରିବାର ଲୋକେ ମୃତଦେହକୁ ନେବା ପରେ ନୟାପଲ୍ଲୀ ଥାନା ସିବିଆଇ ଅଫିସ ସମ୍ମୁଖ ରାସ୍ତାରେ ରଖି ରାସ୍ତାରୋକୋ କରିଥିଲେ। ଅକ୍ଷୟଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୃତକଙ୍କ ପରିବାର ପକ୍ଷରୁ ଦାବି କରାଯାଇଥିଲା। ପ୍ରାୟ ଏକ ଘଣ୍ଟା ଧରି ସେମାନେ ରାସ୍ତା ଉପରେ ମୃତଦେହ ରଖି ଧାରଣାରେ ବସି ରହିଥିଲେ। ନୟାପଲ୍ଲୀ ଥାନା ପୋଲିସ ଧାରଣାକାରୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ଶେଷରେ ମାମଲାକୁ ଗୁରୁତର ସହ ନେଇ ତଦନ୍ତ କରାଯିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ ତମାଣ୍ଡୋ ପୋଲିସକୁ ସମସ୍ତ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୁ ମୃତଦେହ ଉଠିଥିଲା। ଅନ୍ୟପକ୍ଷେ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଅକ୍ଷୟଙ୍କ ଶରୀରରେ ଏକାଧିକ ସ୍ଥାନରେ କ୍ଷତଚିହ୍ନ ରହିଛି। ଏହି ଚିହ୍ନ ତାଙ୍କୁ କୌଣସି ଏକ ବାଡି କିମ୍ବା ଲୁହା ରଡରେ ପିଟା ଯାଇଥିବା ଜଣାପଡୁଛି। ଏଥିଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ କିଛି ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।
ପୋଲିସ ସୂଚନା ଅନୁଯାୟୀ, ଅକ୍ଷୟ ପ୍ରଚୁର ମାତ୍ରାରେ ନିଶାଗ୍ରସ୍ତ ରହୁଥିଲେ। ପରିବାର ଲୋକେ ତାଙ୍କର ନିଶା ଛଡାଇବାକୁ ସମସ୍ତ ଉପାୟ ଆପଣାଇଥିଲେ ମଧ୍ୟ ସମ୍ଭବ ହୋଇ ପାରି ନ ଥିଲା। ଶେଷରେ ବୁଧବାର ପରିବାର ଲୋକେ ତାଙ୍କୁ କଳିଙ୍ଗବିହାରସ୍ଥିତ ନିଶା ନିବାରଣ କେନ୍ଦ୍ରରେ ଛାଡିଥିଲେ। ଜଣେ ଯୁବକଙ୍କ ମଧ୍ୟସ୍ଥତାରେ ତାଙ୍କୁ ଛଡା ଯାଇଥିଲା। ଗୁରୁବାର ସକାଳେ ଅକ୍ଷୟ ତାଙ୍କ ଶୋଇଥିବା ସ୍ଥାନରେ ପଡି ରହିଥିଲେ। ନିଶା ନିବାରଣ କେନ୍ଦ୍ରର କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେଣୁ ନିଶା ଛଡାଇବାକୁ କର୍ମଚାରୀମାନେ ଅକ୍ଷୟଙ୍କୁ ମାରପିଟ୍‌ କରିଥିବାରୁ ତାଙ୍କର ମୃତ୍ୟୁ ଘଟି ଥାଇପାରେ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ତମାଣ୍ଡୋ ଥାନା ଅଧିକାରୀଙ୍କୁ ଫୋନ କରି ପଚରା ଯାଇଥିଲେ ହେଁ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ। ବରଂ କଥାକୁ ଏଡାଇବା ଭଳି କହି ଫୋନ କାଟି ଦେଇଥିଲେ। ପୁଣି ଫୋନ କରାଯାଇଥିଲେ ମଧ୍ୟ ସେ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri