ନିଶା ବ୍ୟବସାୟକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ : ଦାଦା ଗୁରୁତର, ବର୍ତ୍ତିଗଲେ ପୁତୁରା

ବାଲେଶ୍ୱର ଅଫିସ, ୨୬।୧୦: ବାଲେଶ୍ୱର ସଦର ଥାନା ଅଧୀନ ରସାଳପୁର ଛେଳିଆପଦା ଛକ ନିକଟସ୍ଥ କାଳିମଣ୍ଡପ ପଡ଼ିଆରେ ଜଣେ ଦୁର୍ବୃତ୍ତ ନିଶା ବ୍ୟବସାୟକୁ କେନ୍ଦ୍ର କରି ଶନିବାର ମଧ୍ୟାହ୍ନ ୧୨ଟାରେ ଦାଦା ଓ ପୁତୁରାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଧାରୁଆ ଖଣ୍ଡା ଚୋଟରେ ଦାଦା ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ପୁତୁରା ଅଳ୍ପକେ ବର୍ତ୍ତିଯାଇଥିଲେ।
ଛେଳିଆପଦା ଗ୍ରାମର ରାଜମିସ୍ତ୍ରୀ କାମ କରୁଥିବା ପଞ୍ଚାନନ ମହାଳିକ ଓ ମୁନା ବାରିକଙ୍କ ମଧ୍ୟରେ ନିଶା ବ୍ୟବସାୟକୁ ନେଇ କିଛିଦିନ ପୂର୍ବରୁ ଗଣ୍ଡଗୋଳ ଲାଗିଥିଲା। ଶନିବାର ପୂର୍ବାହ୍ନରେ ପଞ୍ଚାନନ ତାଙ୍କ ପୁତୁରାଙ୍କ ସହ କାଳିମଣ୍ଡପ ପାଖ ଟ୍ୟୁବ୍‌ୱେଲକୁ ପାଣି ଆଣିବା ପାଇଁ ଯାଇଥିବା ବେଳେ ହଠାତ୍‌ ମୁନା ଏକ ଧାରୁଆ ଖଣ୍ଡା ଧରି ସେଠାରେ ପହଞ୍ଚତ୍ ଆକ୍ରମଣ କରିଥିଲେ। ପଞ୍ଚାନନଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ସଦର ଥାନା ପୋଲିସ୍‌କୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ପଞ୍ଚାନନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପକ୍ଷରେ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ମୁନାଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କରିବା ସହ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri