ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ବଜାର ସ୍ଥାପନ

ସୁୁନ୍ଦରଗଡ, ୨୩ା୪ (ଡି.ଏନ୍‌.ଏ.)-ଚାଷୀମାନଙ୍କ ଉତ୍ପାଦିତ ବଳକା କୃଷିଜାତ ଦ୍ରବ୍ୟକୁ ଠିକ ଭାବେ ବିକ୍ରି କରିବା ସହିତ ଚାଷୀ ଏବଂ ବ୍ୟବସାୟୀମାନଙ୍କ ହିତକୁ ଦୃଷ୍ଟିରେ ରଖି ନିୟନ୍ତ୍ରିତ ବଜାର କମିଟି ସର୍ଗିପାଲି ତରଫରୁ ସୁନ୍ଦରଗଡ଼ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜଳ ବିଭାଜିକା ମିଶନର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ପୀତବାସ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲା ମୁଖ୍ୟ କୃଷି ଅଧିକାରୀ ଲକ୍ଷ୍ମୀ ନାରାୟଣ ଦାସ ,ଜିଲା ଉଦ୍ୟାନବିଭାଗ ଅଧିକାରୀ ଦୟାନିଧି ରାଉତ, ସମବାୟ ସମିତି ସମୂହ ସୁନ୍ଦରଗଡ଼ ମଣ୍ଡଳ ଉପନିବନ୍ଧକ ଜେରମ୍‌ କେରକେଟା, ସହକାରୀ ନିବନ୍ଧକ ସମବାୟ ସମିତି ସୁନ୍ଦରଗଡ଼ ଗାବ୍ରିଏଲ ସୋରେନ୍‌ ,ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ବନମାଳୀ ନାଏକ, ରାଜ୍ୟ କୃଷିବିପଣନ ପରିଷଦ ଭୁବନେଶ୍ୱରର ସୁବ୍ରତ କୁମାର ପାଲ, ପ୍ରହଲ୍ଲାଦ ନାଏକ ,ବଣାଇଁ ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ଉମେଶ ଚନ୍ଦ୍ର ନାଏକ ପ୍ରମୁଖ ଯୋଗ ଦେଇଥିଲେ । ଏହି ବୈଠକରେ ସୁନ୍ଦରଗଡ଼ ଉପଖଣ୍ଡ ଓ ବଣାଇଁ ଉପଖଣ୍ଡରେ ଚାଷୀଙ୍କ ପାଇଁ ନୂତନ ମଣ୍ଡି ସ୍ଥାପନ ପାଇଁ ଆଲୋଚନା ହୋଇ ପ୍ରସ୍ତାବ ଗୃହୀତ ହୋଇଥିଲା । ପରବର୍ତ୍ତୀ ସମୟରେ ଉଜ୍ଜଳପୁର ଓ ଗିରିଙ୍ଗକେଲାରେ ଆୟୋଜିତ ବୈଠକରେ ଚାଷୀ ଓ ବ୍ୟବସାୟୀମାନଙ୍କ ମତାମତ ପରେ ଉଜ୍ଜଳପୁରରେ ସର୍ଗିପାଲି ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଚାଷୀମାନଙ୍କ ପୋଟଳ ,ତରଭୁଜ ଓ ଅନ୍ୟାନ୍ୟ ରବିଚାଷ ସାମଗ୍ରୀ ବିକ୍ରି ପାଇଁ ସ୍ବତନ୍ତ୍ର ମଣ୍ଡି ଖୋଲିବା ଲାଗି ନିଷ୍ପତ୍ତି ହୋଇଛି । ଏହି ମଣ୍ଡି ସ୍ଥାପନ ହେଲେ ସୁନ୍ଦରଗଡ଼ ଜିଲାର ହେମଗିର,ଲେଫ୍ରିପଡା ଓ ଟାଙ୍ଗରପାଲି ବ୍ଲକର ଚାଷୀ ଓ ବ୍ୟବସାୟୀମାନେ ଉପକୃତ ହୋଇପାରିବେ । ସର୍ଗିପାଲି ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ବନମାଳୀ ନାଏକ ଉପରୋକ୍ତ ବୈଠକରେ ଯୋଗଦେଇ ଏହି ମଣ୍ଡି ସ୍ଥାପନ ପରେ ଚାଷୀମାନେ ସେମାନଙ୍କ ଉପତ୍ାଦିତ କୃଷିଜାତ ଦ୍ରବ୍ୟକୁ ଉଚିତ୍‌ ଦରରେ ବିକ୍ରି କରିବାର ସୁବିଧା ପାଇପାରିବେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?