ନିୟମକୁ ଡର, ଲୋକେ ତତ୍ପର

ବ୍ରହ୍ମପୁର ଅଫିସ,୧ା୩ – ରବିବାରରୁ ଜିଲାରେ ଯାନବାହନ ଯାଞ୍ଚ କଡାକଡି ହେବ। ଯେଉଁମାନେ ଏବେ ସୁଦ୍ଧା ଗାଡିର ଆବଶ୍ୟକ କାଗଜପତ୍ର କରି ପାରିନାହାନ୍ତି ସେମାନଙ୍କ ମଧ୍ୟରେ ଏବେ ଭାଳେଣି ପଡ଼ିଲାଣି। ଲୋକଙ୍କୁ ଯଥେଷ୍ଟ ସମୟ ଦିଆଯାଇଛି। ପରିବହନ ସମ୍ପର୍କିତ ପ୍ରମାଣପତ୍ର ପ୍ରସ୍ତୁତ ପାଇଁ ୨ଟି ପର୍ଯ୍ୟାୟରେ ପ୍ରାୟ ୬ ମାସ କୋହଳ କରାଯାଇଥିଲା। ନିର୍ଦ୍ଧାରିତ ସମୟ ଶେଷ ହୋଇ ଆସୁଥିବା ବେଳେ ଗତ ୨ ଦିନ ତଳେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡ଼ିଏ) ଅଫିସରେ ଅସ୍ଥାୟୀ ଭାବେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗାଡି ଚାଳକଙ୍କ ଆବଶ୍ୟକ କାଗଜପତ୍ର କରିବା ଲାଗି ଏକ ଅସ୍ଥାୟୀ କ୍ୟାମ୍ପ ଖୋଲାଯାଇଛି। ନିୟମ ଅନୁସାରେ ମୋଟା ଅଙ୍କର ଜରିମାନା ଭୟରେ ଲୋକେ କାଗଜପତ୍ର ଯୋଗାଡ଼ କରିବାରେ ଲାଗିଛନ୍ତି। ଲର୍ନିଂ ଲାଇସେନ୍ସ ଓ ଲାଇସେନ୍ସ ପାଇବା ପାଇଁ ଲୋକଙ୍କ ଭିଡ଼ ଲାଗି ରହିଥିବା ଦେଖିବାକୁ ମିଳିଛି। ଗାଡି ଚାଳକଙ୍କ ପାଇଁ ହେଲ୍‌ମେଟ୍‌, ଡ୍ରାଇଭିଂ ଲାଇସେନ୍ସ, ଇନ୍‌ସ୍ୟୁରାନ୍ସ ଓ ପ୍ରଦୂଷଣ ସାର୍ଟିଫିକେଟ ବାଧ୍ୟତାମୂଳକ କରାଯାଇଛି। ବର୍ତ୍ତମାନ ଏହି ୩ଟି ବିଭାଗରେ ଭିଡ ଏବେ ବି ଦେଖିବାକୁ ମିଳୁଛି। ୨୦୧୯ ସେପ୍ଟେମ୍ବରରୁ ଦେଶରେ ନୂତନ ଟ୍ରାଫିକ ନିୟମ ଲାଗୁ କରାଯାଇଥିଲା। ଅଧିକାଂଶ ଲୋକେ ଏହି ସବୁ ପ୍ରମାଣପତ୍ର ରଖି ନ ଥିବାରୁ ମୋଟା ଅଙ୍କର ଟଙ୍କା ଗଣିଥିଲେ। ଫଳରେ ଏହାକୁ ନେଇ ବିଭିନ୍ନ ସମୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ୨ଟି ପର୍ଯ୍ୟାୟରେ ପ୍ରାୟ ୬ ମାସ ମହଲତ ଦେଇଥିଲେ। ଏହି ମହଲତ ସରିବା ପରେ ଏବେ ପୁଣି ଥରେ ନୂତନ ଟ୍ରାଫିକ ନିୟମ ଲାଗୁ ହେବାକୁ ଯାଉଛି। ନିୟମ ଲାଗୁ ହେବା ଶୁଣି ଲୋକେ ଏବେଠୁ ସତର୍କ ହୋଇଗଲେଣି। ସହରରେ ବିଭିନ୍ନ ଛକରେ ଲାଗିଥିବା ଇଣ୍ଟିଗ୍ରେଟେଡ଼ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଟିଏମଏସ) ନିୟମ ପାଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri