ନିୟମଗିରି ଅଞ୍ଚଳରେ ହାତୀ ଉପଦ୍ରବ: ଏକର ଏକର ଚାଷ ନଷ୍ଟ : କ୍ଷତିପୂରଣ ଦାବି

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନିୟମଗିରି ପାଦଦେଶରେ ଥିବା ଗାଁ ଗୁଡିକରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଗାଁ ମୁହଁା ହୋଇ ଧାନ ଫସଲ ନଷ୍ଟ କରୁଛନ୍ତି। ହାତୀପଲ ତାଡିଝୋଲା ଗାଁରେ ଧାନ ଫସଲ ନଷ୍ଟ କରିଥିବା ଜଣାପଡିଛି। ହାତୀ ଉପଦ୍ରବରେ ୧୩ ଏକରରୁ ଊର୍ଦ୍ଧ୍ୱ ଧାନ ଫସଲ ନଷ୍ଟ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତାଡିଝୋଲା ଗାଁର କନ୍ଧ ଗଉଡ, ଗଜିନ୍ଦ୍ର ଗଉଡ, ଦୈତାରୀ ଗଉଡ, ଭଦ୍ର ଗଉଡ, କେସବ ଗଉଡ, ଭୀମ ଗଉଡ, ହୃଷୀକେଶ ଗଉଡ, ଜାମୁ ଗଉଡ, ଶିବ ଗଉଡ ଓ ଭକ୍ତ ଗଉଡ ଆଦି ଚାଷୀଙ୍କ ୧୩ ଏକରରୁ ଊର୍ଦ୍ଧ୍ୱ ଧାନ ଚାଷ ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳକୁ ୧୫ରୁ ଊର୍ଦ୍ଧ୍ୱ ହାତୀ ଆସି ଗତ ୧୦ ଦିନ ହେଲା ଘୂରି ବୁଲୁଥିବା ଲୋକେ କହିଛନ୍ତି। ଧାନ କିଆରିକୁ ପଶି ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଏହାକୁ ନେଇ ଗ୍ରାମବାସୀ ବନବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ। ବନବିଭାଗ କର୍ମଚାରୀ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି ବୋଲି କହିଛନ୍ତି।
ସୂଚନାଥାଉ କି ଗତ ମେ’ ମାସରେ ତାଡିଝୋଲା ଗାଁରେ କାଳବୈଶାଖୀ ଓ କରା ମାଡରେ ଅନେକ ଚାଷୀଙ୍କ ଧାନ ଫସଲ ନଷ୍ଟ ହୋଇଥିଲା । ତତ୍‌କାଳୀନ ତହସିଲଦାର ନିଜେ କ୍ଷୟକ୍ଷତି ଆକଳନ କରିଥିଲେ। ସେହି ସମୟରେ ହାତୀପଲ ମଧ୍ୟ ଅନେକ ଧାନ କିଆରି ନଷ୍ଟ କରିଥିଲେ। ତାହା ମଧ୍ୟ ବିଭାଗ ତରଫରୁ କ୍ଷୟକ୍ଷତି ଆକଳନ କରାଯାଇଥିଲା। ହେଲେ ଏଯାବତ୍‌ କୌଣସି ଚାଷୀକୁ କ୍ଷତିପୂରଣ ମିଳି ନ ଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି।
ସେହିପରି ଲାଞ୍ଜିଗଡ ଅଞ୍ଚଳରେ ଥିବା ଅନେକ ଦୁର୍ଗମ ଗାଁରେ ହାତୀପଲ ଘରଦ୍ୱାର ଭାଙ୍ଗି ଥିଲେ। ହେଲେ ତାହାର କ୍ଷତିପୂରଣ ରାଶି ମଧ୍ୟ ମିଳି ନାହିଁ । ଏଥିପ୍ରତି ପ୍ରଶାସନ ଦୃଷ୍ଟିଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?