ନିୟମ ଭିତରେ ରଥ ନିର୍ମାଣ

ଢେଙ୍କାନାଳ ଅଫିସ, ୨୦।୫ ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ଲାଗି ରଥ ନିର୍ମାଣ ଆଗେଇ ଚାଲିଛି। ଲକ୍‌ଡାଉନ୍‌ ନିୟମକୁ ମାନି ରଥ ତିଆରି କରାଯାଉଛି। ମହାରଣା ସେବକ ଏବଂ କାରିଗରମାନେ ସାମାଜିକ ଦୂରତ୍ୱ ନିୟମ ଭିତରେ ମାସ୍କ ପିନ୍ଧି କାମ କରୁଛନ୍ତି।
ଜୁନ୍‌ ୨୩ ତାରିଖରେ ରଥଯାତ୍ରା। ଏଥିଲାଗି ଗତ ୧୫ ତାରିଖରୁ ରଥ ତିଆରି କାର୍ଯ୍ୟ ଆରମ୍ଭ ହୋଇଛି। ନିର୍ମାଣ କାର୍ଯ୍ୟରେ ନିୟୋଜିତ ବିଶ୍ୱକର୍ମା ଏବଂ କାରିଗରମାନେ ଶ୍ରୀବଳରାମ ମନ୍ଦିର ନିକଟସ୍ଥ ଝୁଲଣ ଘରେ ସାମାଜିକ ଦୂରତା ରକ୍ଷା କରି କ୍ୱାରାଣ୍ଟାଇନ୍‌ରେ ରହୁଛନ୍ତି। ଦୈନିକ ସେମାନଙ୍କ ପରୀକ୍ଷା କରାଯାଉଛି। ଦେବୋତ୍ତର ବିଭାଗ ପକ୍ଷରୁ ସେମାନଙ୍କ ଲାଗି ଖାଦ୍ୟପାନୀୟ ବ୍ୟବସ୍ଥା କରାଯାଇଛି। ରଥ ନିର୍ମାଣ ସରିବା ଯାଏ ସେମାନେ କ୍ୱାରାଣ୍ଟାଇନ୍‌ରେ ରହିବେ। ଏହି ସମୟ ମଧ୍ୟରେ କାହା ନିକଟରେ କରୋନା ଲକ୍ଷଣ ଦେଖାଦେଲେ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ଲାଗି ପଠାଯିବ ବୋଲି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି। ବିଶ୍ୱକର୍ମା ଅଶୋକ କୁମାର ମହାପାତ୍ରଙ୍କ ସହିତ ୪ଜଣ ମିସ୍ତ୍ରି, ୨ଜଣ ସହଯୋଗୀ ରଥ ନିର୍ମାଣରେ ନିୟୋଜିତ ଅଛନ୍ତି। ଆସନ୍ତା ୨୨ ତାରିଖରୁ ଆଉ ୪ଜଣ ମିସ୍ତ୍ରି ଏବଂ ୨ଜଣ ସହଯୋଗୀ ଏଥିରେ ଯୋଗଦେବେ ବୋଲି ଦେବୋତ୍ତର ବିଭାଗ ପକ୍ଷରୂ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri