ନିୟମ ମାନୁନାହାନ୍ତି ବହିରାଗତ

ଅନୁଗୋଳ ଅଫିସ, ୨୩।୫- ମହାମାରୀ କରୋନା ରୋକିବାକୁ ଅନୁଗୋଳ ଜିଲା ପ୍ରଶାସନ ଉଦ୍ୟମ ଜାରି ରଖିଥିବା ବେଳେ ଅନେକ ବହିରାଗତ ନିୟମ ପାଳନ କରୁ ନ ଥିବା ଚିନ୍ତାର ବିଷୟ ହୋଇଛି। ବାହାରୁ ଆସୁଥିବା ଲୋକଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ହୋଇଥିଲେ ମଧ୍ୟ କେତେଜଣ ଏଥିରେ ପ୍ରଶାସନକୁ ସହଯୋଗ କରୁ ନ ଥିବା ଦେଖାଯାଉଛି। ୧୦ ଦିନ ତଳେ ଜାମସେଦ୍‌ପୁରରୁ ଆସି ସହରରେ ଲୁଚିଥିବା ଜଣେ ଯୁବକଙ୍କୁ ଶନିବାର ପୌର ପ୍ରଶାସନ ପକ୍ଷରୁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିବା ବେଳେ ହୋମ୍‌ କ୍ୱାରାଣ୍ଟାଇନ୍‌ ନିୟମ ମାନୁ ନ ଥିବା ଜଣେ ଛାତ୍ରଙ୍କୁ ତାଗିଦ୍‌ କରାଯାଇଥିବା ସୂଚନା ମିଳିଛି।
ଅନୁଗୋଳ ଜିଲାକୁ ଦୈନିକ ପ୍ରବାସୀ ଫେରୁଛନ୍ତି। ଏମାନଙ୍କୁ ନେଇ ଜିଲାବାସୀ ଚିନ୍ତାରେ ପଡ଼ିଥିବା ବେଳେ କେତେଜଣ ବାହାର ରାଜ୍ୟ ଫେରନ୍ତା କରୋନା କଟକଣାର ଗୁରୁତ୍ୱ ଉପଲବ୍ଧି କରି ନ ପାରିବା ପ୍ରଶାସନର ସମସ୍ୟାକୁ ଆହୁରି ବଢ଼ାଇ ଦେବାର ଆଶଙ୍କା ସୃଷ୍ଟି ହୋଇଛି। ଏପରି ଏକ ଘଟଣା ସହରର ତାମ୍ରିତ୍‌ କଲୋନୀ ଅଞ୍ଚଳରେ ଦେଖିବାକୁ ମିଳିଛି। ଗତ ୧୫ ତାରିଖରୁ ଜାମସେଦ୍‌ପୁରରୁ ଆସିଥିବା ଜଣେ ଯୁବକ ପ୍ରଶାସନ ଅଗୋଚରରେ କାଳୀ ମନ୍ଦିର ସମ୍ମୁଖରେ ରହିବା ସହ ଖୋଲାଖୋଲି ବୁଲାବୁଲି କରୁଥିଲେ। ଏ ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ପ୍ରଥମେ ପ୍ରଶାସନ ଏହାକୁ ଖାମଖିଆଲି ଭାବେ ନେଇଥିଲା। କିନ୍ତୁ ପରେ ସମ୍ପୃକ୍ତ ଯୁବକଙ୍କ କଣ୍ଟାକ୍ଟ ହିଷ୍ଟ୍ରି ପ୍ରଶାସନକୁ ଚିନ୍ତାରେ ପକାଇଥିଲା। ଯୁବକ ଜଣଙ୍କ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିବା ପରେ ଶନିବାର ଅଧିକାରୀମାନେ ଯୁବକଙ୍କ ଘରକୁ ଯାଇ ତଥ୍ୟ ସଂଗ୍ରହ କରିଥିଲେ। ପରେ ତାଙ୍କୁ ଟାଉନ ହାଇସ୍କୁଲ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବା ସହ କୋଭିଡ୍‌ ପରୀକ୍ଷା ପାଇଁ ନମୁନା ପଠାଇଥିବା ସୂଚନା ମିଳିଛି। ସେହିପରି ଅନୁଗୋଳ ବଣିଆବାହାଳର ଜଣେ ଯୁକ୍ତ ୨ ଛାତ୍ର ବାଙ୍ଗାଲୋରୁ ଆସିଥିଲେ। ତାଙ୍କୁ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରଖାଯାଇଥିଲା। କିନ୍ତୁ ସେ ବାହାରେ ବୁଲାବୁଲି କରିବା ଅଭିଯୋଗ ହେବା ପରେ ଅନୁଗୋଳ ପୋଲିସ ଓ ପୌରପ୍ରଶାସନ ପକ୍ଷରୁ ତାଙ୍କ ପରିବାର ଲୋକଙ୍କୁ ତାଗିଦ୍‌ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri