ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ

ସିଙ୍ଗାପୁର,୨-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନୀରବଙ୍କ ଭଉଣୀ ପୂର୍ବି ମୋଦି ଓ ଭିଣୋଇ ମୟଙ୍କ ମେହଟାଙ୍କ ବ୍ରିଟିଶ ଭର୍ଜିନ ଆଇଲାଣ୍ଡରେ ପଞ୍ଜିକୃତ ପାଭେଲିୟନ ପଏଣ୍ଟ କର୍ପ କମ୍ପାନୀର ଆକାଉଣ୍ଟକୁ ଜବତ କରିବାକୁ ସିଙ୍ଗାପୁର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଆକାଉଣ୍ଟରେ ୪୪.୪୧ କୋଟି ଟଙ୍କା ମହଜୁଦ ରହିଛି। ନୀରବଙ୍କ ବିରୋଧରେ ଭାରତରେ ମନିଲଣ୍ଡରିଂ ମାମଲା ଚାଲୁଥିବା ବେଳେ ପିଏନ୍‌ବି ଠକେଇରୁ ପ୍ରାପ୍ତ ଅର୍ଥକୁ ମୟଙ୍କ ଓ ପୂର୍ବିଙ୍କ ଆକାଉଣ୍ଟରେ ରଖାଯାଇଛି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଯୁକ୍ତି ଦର୍ଶାଯିବା ପରେ ହାଇକୋର୍ଟ ଉକ୍ତ ନିର୍ଦ୍ଦେଶ ଦେଇଛନ୍ତି। ମନି ଲଣ୍ଡରିଂ ନିଷେଧ ଆଇନ(ପିଏମ୍‌ଏଲ୍‌ଏ) ଅଧୀନରେ ଏବଂ ଅଦାଲତଙ୍‌କ ନିର୍ଦ୍ଦେଶକ୍ରମେ ସିଙ୍ଗାପୁରସ୍ଥିତ ଏହି ଆକାଉଣ୍ଟକୁ ଇଡି ଅସ୍ଥାୟୀ ଭାବେ ଅଚଳ କରିଥିଲା। ଏଥିପୂର୍ବରୁ ସୁଇଜରଲାଣ୍ଡ ସରକାର ଗତ ୨୭ରେ ନୀରବ ଓ ଭଉଣୀ ପୂର୍ବିଙ୍କ ୪ ସୁଇସ୍‌ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିଥିଲେ। ଏହି ଆକାଉଣ୍ଟରେ ୨୮୩.୧୬ କୋଟି ଟଙ୍କା ରହିଛି। ପିଏନ୍‌ବି ଠକେଇ ମାମଲାରେ ନୀରବଙ୍କ ସହ ପୂର୍ବିଙ୍କୁ ମଧ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି। ସୂଚନାଥାଉ କି, ନୀରବ ଏବେ ଲଣ୍ଡନ ଜେଲ୍‌ରେ ବନ୍ଦୀ ଥିବା ବେଳେ ତାଙ୍କର ପ୍ରତ୍ୟର୍ପଣ ନେଇ ଏବେ ମାମଲା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri