ନୀରବଙ୍କ ହାଜତ ମିଆଦ ୨୫ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି

ଲଣ୍ଡନ,୨୮-୬: ବ୍ରିଟେନର ଓ୍ବେଷ୍ଟମିନ୍‌ଷ୍ଟର କୋର୍ଟ ଗୁରୁବାର ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ ହାଜତ ମିଆଦକୁ ଜୁଲାଇ ୨୫ ତାରିଖ ଯାଏ ବୃଦ୍ଧି କରିଛନ୍ତି। ସେ ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ଜଡ଼ିତ ରହିଛନ୍ତି। ତାଙ୍କୁ ପ୍ରତ୍ୟର୍ପଣ ପାଇଁ ଅଦାଲତରେ ମାମଲା ଆଗତ ହୋଇଛି। ୪୮ବର୍ଷୀୟ ନୀରବଙ୍କୁ ଗତ ମାର୍ଚ୍ଚ ୧୯ରେ ଲଣ୍ଡନରେ ଗିରଫ କରାଯିବା ପରେ ଓ୍ବଣ୍ଡର୍ସଓ୍ବର୍ଥସ୍ଥିତ ଜେଲ୍‌ରେ ବନ୍ଦୀ ରହିଛନ୍ତି। ପୂର୍ବରୁ ବ୍ରିଟିଶ ହାଇକୋର୍ଟ ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ତାଙ୍କ ବିରୋଧରେ ଭାରତରେ ଜାମିନବିହୀନ ଗିରଫ ପରଓ୍ବାନା ଜାରି କରାଯାଇଥିବା ବେଳେ ଇଣ୍ଟରପୋଲ ପକ୍ଷରୁ ରେଡ୍‌କର୍ନର ନୋଟିସ ଜାରି କରାଯାଇଛି। ଭାରତ ପକ୍ଷରୁ ତାଙ୍କୁ ପ୍ରତ୍ୟର୍ପଣ ଲାଗି ଅନୁରୋଧ କରାଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଗୁରୁବାର ତାଙ୍କୁ ଓ୍ବେଷ୍ଟମିନ୍‌ଷ୍ଟର କୋର୍ଟରେ ହାଜର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri