ନୀରବ ମୋଦିଙ୍କ ରିମାଣ୍ଡ ବଢିଲା

ନୂଆଦିଲ୍ଲୀ,୧୮-୧୦: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ରିମାଣ୍ଡ ଅବଧିକୁ ନଭେମ୍ବର ୧୧ଯାଏ ବଢାଯାଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ୧୩,୫୦୦ କୋଟିରୁ ଉର୍ଦ୍ଧ୍ୱ ଋଣ ଠକେଇ ମାମଲାରେ ଏବେ ତାଙ୍କ ନାମରେ ପ୍ରତ୍ୟାର୍ପଣ ମାମଲା ଚାଲିଛି। ସେ ଲଣ୍ଡନ ଜେଲରେ ଥିବା ବେଳେ ଭିଡ଼ିଓ ଲିଙ୍କ ଯୋଗେ ନିୟମିତ ରିମାଣ୍ଡ ପ୍ରକ୍ରିୟାରେ ସାମିଲ ହେବେ ବୋଲି ଜଣାପଡ଼ିଛି। ଆସନ୍ତା ବର୍ଷ ମେ ୧୧ରୁ ୧୫ ଯାଏ ତାଙ୍କର ପ୍ରତ୍ୟାର୍ପଣ ଶୁଣାଣୀ ହେବ ବୋଲି ଓ୍ବେଷ୍ଟମିନଷ୍ଟର ମାଜିଷ୍ଟ୍ରେଟ କୋର୍ଟର ବିଚାରପତି ନିନା ତାମ୍ପିଆ ସ୍ପଷ୍ଟ କରିଛନ୍ତି। ନୀରବ ମୋଦି ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ଲଣ୍ଡନର ଓ୍ବଣ୍ଡସଓ୍ବର୍ଥ ଜେଲରେ ଅଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ପ୍ରତ୍ୟାପଣ ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୃଷ୍ଣସାର ମୃଗ ଛୁଆ ଗୋଡ଼ାଇଲା ବୁଲା କୁକୁର, ଜୀବନ ବିକଳରେ ଏଣେତେଣେ ଦୌଡ଼ି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?