ନୀଳଗିରି ଏନ୍‌ଏସି ତରଫରୁ ବିଶୋଧନ ହେଲା

ସଜନାଗଡ଼, ୨।୪(ଡି.ଏନ.ଏ.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇଁ ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ବିଶୋଧନ ଓ ସ୍ବଚ୍ଛତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ମଧ୍ୟାହ୍ନରୁ ନୀଳଗିରି ଜଗନ୍ନାଥ ମନ୍ଦିର ବଡ଼ଦାଣ୍ଡରୁ ଆରମ୍ଭ ହୋଇଥିଲା ଅଗ୍ନିସେବା ସଂସ୍ଥା ସହଯୋଗରେ ସାନିଟ୍‌ରାଇଜ୍‌। ଏହା ସହ ଆଗକୁ ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ର, ପୋଲିସ ଷ୍ଟେଶନ ଏବଂ ସମଗ୍ର ନୀଳଗିରିକୁ ମଧ୍ୟ ବିଶୋଧନ କାର୍ଯ୍ୟ ଚାଲୁ ରହିବ ବୋଲି ନୀଳଗିରି ବିଜ୍ଞାପିତ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ରତନ କୁମାର ପଟ୍ଟନାୟକ କହିଛନ୍ତି। କରୋନା ସାରା ବିଶ୍ୱରେ ସଂକ୍ରମିତ ହେଉଥିବାବେଳେ ଏଥିରୁ ମୁକ୍ତି ପାଇଁ ପ୍ରତ୍ୟେକ ବ୍ୟକ୍ତି ପରିଷ୍କାର ପରିଚ୍ଛନ୍ନ ରହିବା ସହ ନିଜର ପରିବେଶକୁ ସ୍ବଚ୍ଛ ରଖିବା ସହ ଲକ୍‌ଡାଉନ୍‌ର ସମସ୍ତ ବ୍ୟବସ୍ଥାକୁ ପାଳନ କରିବାକୁ ଶ୍ରୀ ପଟ୍ଟନାୟକ ଜନସାଧାରଣଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri