‘ନୀଳଚକ୍ରକୁ ପ୍ରଣାମ କରି ଗୁହାରି ଜଣାଇଥିଲି’

ତାଳଧ୍ୱଜ ରଥର ରୂପକାର ସେବକ ରାଜେନ୍ଦ୍ର ମହାପାତ୍ର (୪୬)। ୫ବର୍ଷ ବୟସରେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ଗୋପୀନାଥ ତାଙ୍କୁ ନିହଣ ଧରାଇ କାଠରେ ଖୋଦେଇ କାମ ଶିଖାଇଥିଲେ। ଆଜି ରାଜେନ୍ଦ୍ର ଜଣେ ନିଖୁଣ ରୂପକାର ସେବକ। ତାଙ୍କ ସହ ପୁଅ ଜଗନ୍ନାଥ, ପୁତୁରା ଶୁଭମ୍‌ ଏବଂ ପ୍ରକାଶଙ୍କ ସମେତ ଭାଇ ଲିଙ୍ଗରାଜ, କାହ୍ନୁଚରଣ, ସନ୍ତୋଷ ମହାପାତ୍ର କାର୍ଯ୍ୟ କରୁଛନ୍ତି। ୨୦୧୫ ନବକଳେବରରେ ଶାଢି ବନ୍ଧାଇଥିଲେ ରାଜେନ୍ଦ୍ର। ସେ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣା ନ ହେଲେ ରଥଖଳାରେ କାମ କରିବା ସମ୍ଭବ ନୁହେଁ। ଫନୀ ବାତ୍ୟା ପରେ ମୁଁ ଭୀଷଣ ଜ୍ୱର ଓ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇପଡ଼ିଥିଲି। ନୃସିଂହ ଚତୁର୍ଦ୍ଦଶୀ ଦିନ କଣଗୁଜ ଅନୁକୂଳ ହେବାର ଥିଲା। ତେଣୁ କିପରି ରଥକାମ କରିବି, ସେନେଇ ଚିନ୍ତାରେ ଥାଏ। ଘରେ ବହୁ କଷ୍ଟରେ ଶେଯରୁ ଉଠି ଦାଣ୍ଡକୁ ଆସି ନୀଳଚକ୍ର ଓ ପତିତପାବନ ବାନାକୁ ଯୋଡ଼ ହସ୍ତରେ ପ୍ରଣାମ କରି ମହାପ୍ରଭୁଙ୍କୁ ଗୁହାରି ଜଣାଇଥିଲି। ଏହାପରଠୁ ମୁଁ ଧୀରେ ଧୀରେ ସୁସ୍ଥ ଅନୁଭବ କଲି। ତାଙ୍କ ଆଶୀର୍ବାଦରୁ ରଥଖଳାରେ କାମ କରିପାରୁଛି। ଇତିମଧ୍ୟରେ ୪୦ବର୍ଷ ବିତିଗଲାଣି। ମୋ ପୁଅ ଜଗନ୍ନାଥ ମଧ୍ୟ ୫ବର୍ଷ ବୟସରେ ରଥକାମ ଶିଖିବା ଆରମ୍ଭ କରିଥିଲା। ଏବେ ତାକୁ ୧୭ବର୍ଷ ବୟସ। ମହାପ୍ରଭୁଙ୍କ ଆଶୀର୍ବାଦରୁ ଏଠାରେ କିଛି କଷ୍ଟ ଜଣାପଡ଼େ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri