ନୀଳମାଧବ ପୀଠରେ ମା’ ବିମଳାଙ୍କ ଭଦ୍ରକାଳୀ ବେଶ

ଖଣ୍ଡପଡା,୪।୧୦(ସ୍ବ.ପ୍ର.): ନୀଳମାଧବ ପୀଠରେ ଇଷ୍ଟଦେବୀ ମା’ ବିମଳାଙ୍କ ୧୬ପୂଜା ଦ୍ୱିତୀୟା ଓଷାଠାରୁ ଆରମ୍ଭ ହୋଇଛି। ଏହି ପାରମ୍ପରିକ ପର୍ବ ମହାନବମୀ ପଯର୍‌ୟନ୍ତ ଚାଲୁରହିବ। ମହାଳୟା ଅମାବାସ୍ୟାଠାରୁ ମା’ଙ୍କର ନବରାତ୍ର ପୂଜା ଆରମ୍ଭ ହେବା ସହ ପ୍ରତିଦିନ ଚଣ୍ଡୀପାଠ, ହୋମଯଜ୍ଞ କରାଯାଉଛି।  ଉକ୍ତ ଯଜ୍ଞରେ କର୍ତ୍ତାଭାବେ ବ୍ରଜରାଜ ମିଶ୍ର ଓ ପୁରୋଧା ଭାବେ ଶ୍ରୀକାନ୍ତ ମିଶ୍ର କାଯର୍‌ୟ କରୁଛନ୍ତି।  ମା’ଙ୍କ ନିକଟରେ ପ୍ରତିଦିନ ଖଇ, କୋରା, କାକରା, ଫଳମୂଳ, ବିରିକାନ୍ତି ଓ ଅନ୍ନଭୋଗ ଲାଗି କରାଯାଇଥାଏ।  ପୂଜକ ମନୋଜ କୁମାର ମିଶ୍ର, ଦୟାନିଧି ମିଶ୍ର, ଶ୍ରବଣରାମ ମିଶ୍ର, ନୀଳମାଧବ ମିଶ୍ର, ମନୋରଞ୍ଜନ ମିଶ୍ର ଓ ଦୀପକ ମିଶ୍ର ପ୍ରମୁଖ ବ୍ରତଧାରଣ କରି ନବରାତ୍ର ପାଳନ କରୁଛନ୍ତି।  ନବରାତ୍ରର ୬ଷ୍ଠ ଦିବସ ଗୁରୁବାର ମା’ଙ୍କୁ ଭଦ୍ରକାଳୀ ବେଶରେ ସୁସଜ୍ଜିତ କରାଯାଇଥିଲା।  ଏହି ବେଶ ଦେଖିବା ପାଇଁ ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri