ନୀଳାଚଳ ଇସ୍ପାତ ନିଗମ ଲିଃରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ବିଜୁବାବୁଙ୍କ ଦ୍ୱିତୀୟ ଇସ୍ପାତ ସ୍ବପ୍ନ ହେବ ନିଲାମ

ଯାଜପୁର ଅଫିସ,୯ା୧: କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ରେ ଥିବା ୬ଟି ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ। ଏନେଇ ବୁଧବାର କେନ୍ଦ୍ର କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀଙ୍କ ଏହି ସୂଚନା ପରେ ନୀଳାଚଳ କମ୍ପାନୀର କର୍ମଚାରୀ ଓ ଶ୍ରମିକ ମହଲରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ବିଜୁ ବାବୁଙ୍କ ଦ୍ୱିତୀୟ ଇସ୍ପାତ କମ୍ପାନୀକୁ ନିଲାମ କରି ଘରୋଇକରଣକୁ ବରଦାସ୍ତ କରାଯିବ ନାହିଁ ବୋଲି ଅଞ୍ଚଳବାସୀ ଦୃଢୋକ୍ତି ପ୍ରକାଶ କରିଛନ୍ତି।
ଇସ୍ପାତ ମନ୍ତ୍ରଣାଳୟ ଅଧିନରେ ୧୯୮୪ରେ ଦୈତାରୀ ନିକଟରେ ଦ୍ୱିତୀୟ ଇସ୍ପାତ କାରଖାନା ସ୍ଥାପନ ପାଇଁ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ କମ୍ପାନୀ ପ୍ରତିଷ୍ଠା ହୋଇଥିଲା। ଏଥିପାଇଁ ପର୍ଯ୍ୟାୟକ୍ରମେ ନବେ ଦଶକରେ ଜମି ଅଧିଗ୍ରହଣ ଆରମ୍ଭ ହୋଇଥିଲା। ୧୪ା୧୨ା୧୯୯୨ରେ କେନ୍ଦ୍ର ସରକାରଙ୍କୁ ଏହି ପ୍ରକଳ୍ପ ହସ୍ତାନ୍ତର କରିବାକୁ ରାଜ୍ୟ ସରକାର ଆବେଦନ କରିଥିଲେ। ୧୨ା୪ା୧୯୯୪ରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଏକ ବୁଝାମଣା ସ୍ବାକ୍ଷର ହୋଇ କେନ୍ଦ୍ର ସରକାର ୭.୭୩ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତିକୁ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିଥିଲେ। କାରଖାନା ପ୍ରତିଷ୍ଠାର ୫ବର୍ଷ ମଧ୍ୟରେ ଏହାକୁ ସମନ୍ବିତ ଇସ୍ପାତ କାରଖାନା ଭାବେ ପ୍ରତିଷ୍ଠା ନ କଲେ ଏହା ପୁଣି କେନ୍ଦ୍ର ସରକାରଙ୍କ ନିକଟକୁ ଫେରିଯିବ ବୋଲି ବୁଝାମଣାରେ ସେତେବେଳେ ସର୍ତ୍ତ ରଖାଯାଇଥିଲା। ତେବେ ସମୟକ୍ରମେ ଓଡ଼ିଶା ସରକାର ଏହି କାରଖାନାକୁ ଚଳାଇବା ପାଇଁ ଏମ୍‌ଏମ୍‌ଟିସି ସହ ଭାଗୀଦାରି କରିଥିଲେ। ଏହାପରେ ଜମି ଅଧିଗ୍ରହଣ କରି ୨୦୦୦ରୁ ଉତ୍ପାଦନ ଆରମ୍ଭ ହୋଇଥିଲା। ଏଥିରେ ୬୬୮ ପରିବାରଙ୍କୁ ବିସ୍ଥାପିତ କରାଯାଇ ୪୫୨ଜଣଙ୍କୁ ନିଯୁକ୍ତି ମିଳିଛି। ଜମି ଅଧିଗ୍ରହଣ ସମୟରେ ଓଡ଼ିଶା ସରକାର ଏହା ଦ୍ୱିତୀୟ ସରକାରୀ ଇସ୍ପାତ କାରଖାନା ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଉତ୍ପାଦନର ପ୍ରାୟ ଦୁଇ ଦଶନ୍ଧି ପରେ ମଧ୍ୟ ସମନ୍ବିତ ଇସ୍ପାତ କାରଖାନା ସ୍ବପ୍ନରେ ରହିଗଲା। ଏବେ ଏମ୍‌ଏମ୍‌ଟିସି, ମେକନ ସହ ୬ଟି ଅଂଶୀଦାର ନିଜର ପୁଞ୍ଜି ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଏନେଇ କଳିଙ୍ଗନଗର ଶ୍ରମିକ ସଂଘ, ନୀଳାଚଳ ବିସ୍ଥାପିତ ସଂଘ, କଳିଙ୍ଗନଗର ମଜଦୁର ୟୁନିୟନ ଓ ନୀଳାଚଳ ନିର୍ବାହୀ ସଂଘ ପକ୍ଷରୁ କାରଖାନାକୁ କେବେବି ଘରୋଇକରଣ କରି ଦିଆଯିବ ନାହିଁ ବୋଲି କହିବା ସହ ନୀଳାଚଳ ହାଉସ ଘେରାଓ କରିଥିବା ମଧ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri