ନୂଆଦିଲ୍ଲୀରେ ଓଡ଼ିଆ କର୍ମଚାରୀଙ୍କ ଦୁରବସ୍ଥା : ଛୁଟି ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଦାବି

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଦେଶର ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ଭବନ, ଓଡ଼ିଶା ସଦନ ଏବଂ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ରହିଛି। ଏହି ସବୁରେ ରାଜ୍ୟ ସରକାରଙ୍କ ଅଧୀନରେ ବିଭିନ୍ନ ଠିକା କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନିରାପତ୍ତା ରକ୍ଷୀ, ରୁମ୍‌ ବୟ, ମାଳି, ଡ୍ରାଇଭର ରହିଛନ୍ତି। ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା, ଯାତାୟାତ ଖର୍ଚ୍ଚ, ମହାନଗର ଭତ୍ତା ପ୍ରଭୃତି ମିଳୁନାହିଁ। ଅନୁରୂପ ଭାବେ ଏମାନଙ୍କୁ ସାମୟିକ ଛୁଟି, ଅର୍ଜିତ ଛୁଟି, ପର୍ବପର୍ବାଣି ଛୁଟି ତଥା ଅନ୍ୟାନ୍ୟ ଛୁଟି ମଧ୍ୟ ମିଳି ନ ଥାଏ। କୌଣସି କାରଣରୁ କାର୍ଯ୍ୟଦିବସରେ ଯୋଗଦେଇ ନ ପାରିଲେ ଏମାନଙ୍କୁ ଦରମାର କେତେକ ଅଂଶ ହରାଇବାକୁ ପଡ଼ିଥାଏ। ସଚିବାଳୟଠାରୁ ଆରମ୍ଭ କରି ରାଜ୍ୟରେ ଥିବା ଅନ୍ୟ ସରକାରୀ କାର୍ଯ୍ୟାଳୟର ଠିକା କର୍ମଚାରୀମାନେ ଛୁଟି ସହ ଅନ୍ୟାନ୍ୟ ସୁବିଧା ପାଉଛନ୍ତି, ହେଲେ ଦିଲ୍ଲୀରେ କାର୍ଯ୍ୟରତ କର୍ମଚାରୀ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ତେଣୁ ଅନ୍ୟ କର୍ମଚାରୀଙ୍କ ପରି ଦିଲ୍ଲୀରେ କାର୍ଯ୍ୟରତ ଓଡ଼ିଆଙ୍କୁ ସୁବିଧା ସୁଯୋଗ ପ୍ରଦାନ ନେଇ ଦାବି କରାଯାଇଛି। କର୍ମଚାରୀମାନେ ଏ ନେଇ ବରିଷ୍ଠ ଅଧିକାରୀଙ୍କୁ ଏକାଧିକ ଥର ଅବଗତ କରିଛନ୍ତି। ହେଲେ କୌଣସି ସୁଫଳ ପାଇପାରିନାହାନ୍ତି ବୋଲି କର୍ମଚାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri