ନୂଆପଡ଼ା ହଳଦିଗାଁରେ ବୁଲୁଛି ବାଘ

ତରବୋଡ/ନୂଆପଡା ଅଫିସ,୨୫।୧: ନୂଆପଡ଼ା ଜିଲା ଖରିଆର ରୋଡ ବନାଞ୍ଚଳ ଅଧୀନ ହଳଦିଗାଁରେ ସୋମବାର ୪ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପ୍ରଚାର ପରେ ଭୟଭିତ ହୋଇପଡିଛନ୍ତି ଗ୍ରାମବାସୀ । ପାହାଡ଼ ତଳିଆ ଗାଁ ହୋଇଥିବାରୁ ଦିନରେ ବି ବାଘ ଗାଁ ଭିତରକୁ ଚାଳିଆସୁଥିବା ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷେ ସୁନାବେଡା ଅଭୟାରଣ୍ୟ ଗୋଡା ପାହାଡକୁ ଲାଗି ହଳଦି ଜଙ୍ଗଲ ରହିଥିବାରୁ ଏହା ବାଘର ଆଡ୍ଡା ସ୍ଥଳ ପାଲଟିଛି।
ସୂଚନାଯୋଗ୍ୟ, ହଳଦିଭଗାଁରେ ୨୦୧୭ ମେ ୨୬ତାରିଖ ବିଳମ୍ବିତ ରାତିରେ ମା’ କେତକୀ ପାଣ୍ଡେଙ୍କ ପାଖରେ ଶୋଇଥିବା ୩ ବର୍ଷର ଶିଶୁପୁତ୍ରଙ୍କୁ ବାଘ ଟେକି ନେଇଥିଲା। ୨୦୧୭ ଜୁନ ୧୦ରେ ଆଈ ଧାନବାଇ ପାଣ୍ଡେ (୬୦), ନାତୁଣୀ ଚନ୍ଦ୍ରିକା ପାଣ୍ଡେ (୧୩)ଙ୍କୁ ବାଘ ଆକ୍ରମଣ କରି ଲହୁଲୁହାଣ କରିଥିଲା। ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ପରେ ବନ ବିଭାଗ ୨ଟି ବାଘକୁ ଧରି ନନ୍ଦନକାନନରେ ଛାଡିଥିଲା। ଗାଁ ଲୋକଙ୍କ ସୁରକ୍ଷା ପାଇଁ ଜଙ୍ଗଲ ଓ ଗାଁ ମଝିରେ ୧ କି.ମି. ତାରବାଡା ଦିଆଯାଇଛି। ପୁଣି ଗାଁରେ ବାଘ ପଶିବାରୁ ଭୟର ବାତାବରଣ ଖେଳି ଯାଇଛି। ତୁରନ୍ତ ବାଘକୁ ଧରି ଅନ୍ୟତ୍ର ଛାଡିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଖରିଆର ରୋଡ ବନାଞ୍ଚଳ ରେଞ୍ଜର ନିରଞ୍ଜନ ମାଝିଙ୍କୁ ପଚାରିବାରୁ ବନ ବିଭାଗ ପକ୍ଷରୁ ରାତିରେ ପାଟ୍ରୋଲିଂ କରାଯାଉଛି। ଲୋକଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଉଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri