ନୂଆବର୍ଷରେ ଉତ୍ସବ ପାଳନ କରୁଥିବା ଲୋକଙ୍କ ଉପରେ ଟ୍ରକ ଚଢ଼ାଇ ଆଖିବୁଜା ଗୁଳିମାଡ଼

ଓ୍ବାଶିଂଟନ, ୧।୧: ନୂଆବର୍ଷରେ ଆମେରିକାର ନ୍ୟୁ ଓରଲିୟନ୍ସସ୍ଥିତ ବୋରବନ୍‌ ଷ୍ଟ୍ରିଟଠାରେ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୋଟିଏ ଟ୍ରକ୍‌ ଦ୍ରୁତ ଗତିରେ ଆସି ନୂଆ ବର୍ଷ ପାଳନ କରୁଥିବା ହଜାରରୁ ଅଧିକ ଲୋକଙ୍କ ଉପରେ ଚଢ଼ିଯାଇଥିଲା। ଏହାପରେ ଡ୍ରାଇଭର ଜଣକ ଟ୍ରକ୍‌ରୁ ଓହ୍ଲାଇ ଭିଡ଼ ଉପରେ ଗୁଳି ଚଳାଇଥିଲେ।
ଏହି ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଘଟଣାକୁ ନେଇ ନ୍ୟୁ ଓରଲିୟନ ପୋଲିସ ଓ ଫେଡେରାଲ ବ୍ୟୁରୋ ଅଫ୍‌ ଇନଭେଷ୍ଟିଗେଶନ(ଏଫ୍‌ବିଆଇ) ତଦନ୍ତ ଜାରି ରହିଛି। ଆହତଙ୍କୁ ନ୍ୟୁ ଓରଲିୟନ୍ସ ସହରର ୫ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ନ୍ୟୁ ଓରଲିୟନ୍ସର ପୋଲିସ ବିଭାଗ ମୁଖ୍ୟ ଆନ୍ନି କିକ୍‌ପାଟ୍ରିକ କହିଛନ୍ତି, ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ୍‌ ଭିଡ଼ ଉପରେ ଚଢ଼ିଯାଇଥିଲା। ଡ୍ରାଇଭର ଜଣକ ଅଧିକରୁ ଅଧିକ ଲୋକଙ୍କ ଉପରେ ଟ୍ରକ୍‌ ଚଢ଼ାଇବାକୁ ଚେଷ୍ଟା କରୁଥିଲେ। ଏହା ପରେ ସେ ଲୋକଙ୍କ ଗୁଳି ଚଳାଇଥିଲେ। ଘଟଣାସ୍ଥଳରେ ୩୦୦ ଜଣ ପୋଲିସ ଅଧିକାରୀ ନିୟୋଜିତ ଥିଲେ। ସନ୍ଦିଗ୍ଧ ଡ୍ରାଇଭରଙ୍କ ଗୁଳିରେ ୨ ଜଣ ପୋଲିସ ମଧ୍ୟ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ବଢ଼ିବା ନେଇ ମଧ୍ୟ କିକ୍‌ପାଟ୍ରିକ ଆଶଙ୍କା କରିଛନ୍ତି।

ତେବେ ନ୍ୟୁ ଓରଲିୟନ୍ସ ମେୟର ଲାଟୋୟା କାଣ୍ଟ୍ରେଲ ଏହି ଘଟଣାକୁ ଆତଙ୍କବାଦୀ ଆକ୍ରମଣ କହିଥିବାବେଳେ, ଏଫ୍‌ବିଆଇ ସହକାରୀ ଏଜେଣ୍ଟ ଆଲେଥିନା ଡଙ୍କାନ ଏହା ଆତଙ୍କବାଦୀ ଆକ୍ରମଣ ହୋଇ ନ ଥିବା କହିଛନ୍ତି। ଘଟଣାସ୍ଥଳରୁ ଏକ ସନ୍ଦିଗ୍ଧ ବିସ୍ଫୋରକ ଉପକରଣ ମିଳିଥିବା ଆଲେଥିନା କହିଛନ୍ତି। ସନ୍ଦିଗ୍ଧଙ୍କୁ ଧରିବାକୁ ପ୍ରୟାସ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri