Posted inଜାତୀୟ

ନୂଆବର୍ଷରେ କଶ୍ମୀରବାସୀଙ୍କୁ ସରକାରଙ୍କ ଉପହାର: ମଧ୍ୟରାତ୍ରୀରୁ ଆରମ୍ଭ ହେବ ଏସ୍‌ଏମ୍‌ଏସ୍‌ ସେବା

ଶ୍ରୀନଗର,୩୧।୧୨: ନୂଆବର୍ଷରେ ସରକାର କଶ୍ମୀରବାସୀଙ୍କୁ ଏକ ଉପହାର ଭେଟି ଦେବାକୁ ଯାଉଛନ୍ତି। ମଙ୍ଗଳବାର ମଧ୍ୟ ରାତ୍ରୀରୁ ଘାଟିରେ ପୁଣିଥରେ ଏସ୍‌ଏମ୍‌ଏସ୍‌ ସେବା ଆରମ୍ଭ କରାଯିବ। ଡିସେମ୍ବର ୩୧ ରାତି ୧୨ଟାରୁ ଜମ୍ମୁ-କଶ୍ମୀରରେ ଏସ୍‌ଏମ୍‌ଏସ୍‌ ସେବା ଲାଗୁ କରାଯିବ ବୋଲି ଜଣାପଡ଼ିଛି। ସେଠାକାର ଲୋକେ ଏସ୍‌ଏମ୍‌ଏସ୍‌ ଜରିଆରେ ସମସ୍ତଙ୍କୁ ନୂଆବର୍ଷର ଶୁଭକାମନା ଜଣାଇବେ। ଏନେଇ ଜମ୍ମୁ-କଶ୍ମୀର ପ୍ରିନ୍ସିପାଲ ସେକ୍ରେଟାରୀ ରୋହିତ କାନସାଲ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଘାଟିରେ ସୁରକ୍ଷା ଦୃଷ୍ଟିରୁ ଗତ ଅଗଷ୍ଟରୁ ଇଣ୍ଟରନେଟ ସେବା ଓ ଏସ୍‌ଏମ୍‌ଏସ୍‌ ସେବା ବନ୍ଦ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri