ନୂଆରୂପ ନେବ ଅସୁରଖୋଲ ଜଳପ୍ରପାତ : ସ୍ଥିତି ଅନୁଧ୍ୟାନ କରି ଫେରିଲେ ବିଭାଗୀୟ ଅଧିକାରୀ

କେନ୍ଦୁଝର,୨।୧୧(ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ନିକଟସ୍ଥ କୁଡ଼ିଆଘରା ଜଙ୍ଗଲରେ ଥିବା ମନୋରମ ଜଳପ୍ରପାତ ଅସୁରଖୋଲ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ଏହାକୁ ପର୍ଯ୍ୟଟନ କେନ୍ଦ୍ର ଘୋଷଣା ଲଶଗି ଅଞ୍ଚଳବାସୀ ଦୀର୍ଘଦିନରୁ ଦାବି କରି ଆସୁଛନ୍ତି। ହେଲେ ଏହାର ଆଶାନୁରୂପ ବିକାଶ ହୋଇ ନାହିଁ ା ଏହି ପରିପ୍ରେକ୍ଷୀରେ ଜିଲା ପରିଷଦ ଅଧ୍ୟକ୍ଷା କମଳିନୀ ପାତ୍ରଙ୍କ ସହ ଜଳ ବିଭାଜିକା ପ୍ରକଳ୍ପ ଓ ବନ ବିଭାଗର ଏକ ପ୍ରତିନିଧି ଦଳ ଏହି ସ୍ଥାନ ପରିଦର୍ଶନ କରି ଫେରିଛନ୍ତି। ଉକ୍ତ ଜଳପ୍ରପାତ ଏକ ନୂଆ ରୂପ ନେଇ ବିକଶିତ ହେବ ବୋଲି ଅଞ୍ଚଳବାସୀ ଆଶାବ୍ୟକ୍ତ କରିଛନ୍ତି।
ପାହାଡ ଓ ଜଙ୍ଗଲ ଦେଇ ବୋହି ଯାଉଥିବା ଏକ ଝରଣା ପ୍ରାୟ ୧୫ ଫୁଟ୍‌ ନିମ୍ନକୁ ଲମ୍ଫ ଦେଇ ମନୋରମ ଜଳ ପ୍ରପାତ ସୃଷ୍ଟି କରିଛି। ଜିଲା ମୁଖ୍ୟାଳୟଠାରୁ ଜଳପ୍ରପାତର ଦୂରତା ପ୍ରାୟ ୧୨ କି.ମି. ହେବ। ଏହି ପର୍ଯ୍ୟଟନ କେନ୍ଦ୍ରର ବିକାଶ କରିବା ପାଇଁ ଜିଲା ପରିଷଦ ଅଧ୍ୟକ୍ଷା ପାତ୍ର ପୂର୍ବରୁ ଜିଲାପାଳଙ୍କୁ ଏକ ଚିଠି ଲେଖିଥିଲେ। ଅସୁରଖୋଲ ଜଳପ୍ରପାତର ଭିତ୍ତିଭୂମି ବିକାଶ କରାଗଲେ ଏହା ଏକ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ ହୋଇ ପାରିବ। ଏହାଦ୍ୱାରା ଅଞ୍ଚଳର ମଧ୍ୟ ସମନ୍ବିତ ବିକାଶ ହୋଇପାରିବ। ଉକ୍ତ ସ୍ଥାନରେ ବନୀକରଣ କରାଗଲେ ଏହାର ଶୋଭାବର୍ଦ୍ଧନ ହେବ। ଦୂର ଦୂରାନ୍ତରୁ ପର୍ଯ୍ୟଟକମାନେ ବୁଲିବାକୁ ଆସି ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିପାରବେ ବୋଲି ସେ ଦର୍ଶାଇଥିଲେ । ତଦନୁଯାୟୀ ଅଧ୍ୟକ୍ଷା ପାତ୍ରଙ୍କ ସମେତ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଅରୁଣ ଦାସ, ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ନାୟକ ଓ ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନ କରି ଏହାର କିଭଳି ବିକାଶ କାର୍ଯ୍ୟ କରାଯିବ ତାହା ଦେଖି ଫେରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri