ନୂଆ ଦାୟିତ୍ୱକୁ ନେଇ ଅନୁଗୋଳବାସୀଙ୍କ ମତ: ଗରିମା ବଢ଼ାନ୍ତୁ ରଜନୀକାନ୍ତ

ଅନୁଗୋଳ ଅଫିସ,୨୮।୬ – ଅନୁଗୋଳ ନିର୍ବାଚନମଣ୍ଡଳୀରୁ ଲଗାତାର ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକ ରଜନୀକାନ୍ତ ସିଂ ମନ୍ତ୍ରୀ ପଦ ପାଇଁ ଏଥର ଦୃଢ଼ ଦାବିଦାର ଥିଲେ। ନବୀନ ସରକାରଙ୍କ ମନ୍ତ୍ରିମଣ୍ଡଳରେ ସେ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିସାରିଥିବାରୁ ଏଥର ମଧ୍ୟ ତାଙ୍କୁ ଅଭିଜ୍ଞତା ଭିତ୍ତିରେ ମନ୍ତ୍ରୀପଦ ମିଳିବ ବୋଲି ତାଙ୍କ ନିର୍ବାଚନମଣ୍ଡଳୀବାସୀ ଆଶା ରଖିଥିଲେ। କିନ୍ତୁ ନୂଆ ମନ୍ତ୍ରିମଣ୍ଡଳ ଗଠନ ବେଳେ ରଜନୀକାନ୍ତଙ୍କୁ ସେଥିରେ ସାମିଲ କରାଯାଇ ନ ଥିଲା। ଏହା ତାଙ୍କ ସମର୍ଥକ ଓ ନିର୍ବାଚନମଣ୍ଡଳୀର ଲୋକଙ୍କୁ ନିରାଶ କରିଥିଲା। ହେଲେ ବିଧାନସଭାର ଉପବାଚସ୍ପତି ଭାବେ ଗୁରୁବାର ରଜନୀକାନ୍ତ ନିର୍ବାଚିତ ହୋଇଥିବାରୁ ଅନୁଗୋଳବାସୀ ଖୁସି ପ୍ରକଟ କରିଛନ୍ତି। ମନ୍ତ୍ରୀ ନ ହେଲେ ବି ମର୍ଯ୍ୟାଦାଜନକ ପଦବୀ ମିଳିଥିବାରୁ ରଜନୀକାନ୍ତ ବିଧାନସଭାର ପରମ୍ପରା ରକ୍ଷା କରି ଗରିମା ବଢ଼ାନ୍ତୁ ବୋଲି ସେମାନେ ମତପ୍ରକାଶ କରିଛନ୍ତି। ଏଥିସହ ଅନୁଗୋଳ ନିର୍ବାଚନମଣ୍ଡଳୀରେ ଅଧୁରା ରହିଯାଇଥିବା ବହୁ ଉନ୍ନୟନ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ଦିଗରେ ବିଧାୟକ ରଜନୀକାନ୍ତ ତାଙ୍କ ଦାୟିତ୍ୱ ତୁଲାନ୍ତୁ ବୋଲି ଲୋକେ ଦାବି କରିଛନ୍ତି।

(ଅମିତ୍‌ ସାମଲ)


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri