ନୂଆ ମୋଟରଯାନ ଆଇନ ଲାଗୁ ପ୍ରସଙ୍ଗ: ୩ମାସ କୋହଳ ହେଲା ନିୟମ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୧ତାରିଖରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି ପାଳନ କରାଯିବାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଅସନ୍ତୋଷକୁ ପ୍ରସମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ମୋଟର ଯାନ ଆଇନ ବ୍ୟବସ୍ଥାକୁ ୩ମାସ ପର୍ଯ୍ୟନ୍ତ କୋହଳ କରିବାକୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ଯାନବାହନଗୁଡ଼ିକର ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ସଂଶୋଧିତ ମୋଟର ଯାନକୁ କଡ଼ାକଡ଼ି ଲାଗୁ ନ କରି ଲୋକମାନଙ୍କୁ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ଏନଫୋର୍ସମେଣ୍ଟ ଏଜେନ୍ସି ପୋଲିସ ଓ ପରିବହନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଗାଡ଼ି କାଗଜ ପ୍ରସ୍ତୁତ କରିବା ପାଇଁ ଅଧିକ କାଉଣ୍ଟର ଖୋଲିବା ସହ ବିଭିନ୍ନ ସର୍ବସାଧାରଣ ଅନୁଷ୍ଠାନଗୁଡିକରେ କ୍ୟାମ୍ପ ଖୋଲି ଲୋକମାନଙ୍କୁ ପର୍ଯ୍ୟାପ୍ତ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ଲୋକମାନଙ୍କୁ ସଚେତନ କରିବା ସକାଶେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଜୀବନକୁ ବିପଦରେ ପକାଇବା ଭଳି ଗାଡି ନ ଚଳାଇବା ସହିତ ଟ୍ରାଫିକ ନିୟମକୁ ପାଳନ କରିବାକୁ ଯାନବାହନ ଚାଳକଙ୍କୁ ନିବେଦନ କରିଛନ୍ତି।
ରାଜ୍ୟରେ ସେପ୍ଟେମ୍ବର ୧ ତାରିଖରୁ ସଂଶୋଧିତ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ କରାଯାଇଛି। ଗାଡିର ଆନୁଷଙ୍ଗିକ କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ ନ ଥିଲେ ବହୁ ଜରିମାନା ଦେବାକୁ ପଡୁଛି। ଏପରିକି ୫୦ ହଜାର ଟଙ୍କାଯାଏ ମଧ୍ୟ ଜରିମାନା ଆଦାୟ କରାଯାଉଛି। ଏଭଳି ଜୋରଦାର ଧରପଗଡ଼ ସାଙ୍ଗକୁ ଅତ୍ୟଧିକ ଜରିମାନା ଲୋକମାନଙ୍କୁ ଅତିଷ୍ଠ କରିପକାଇଛି। ଏପରି କି ଅନେକଙ୍କ ମଧ୍ୟରେ କୋକୁଆ ଭୟ ଖେଳାଇ ଦେଇଛି। ବିନା କାଗଜ ପତ୍ରରେ ଚାଲୁଥିବା ଅନେକ ଯାନବାହାନକୁ ଲୋକମାନେ ଭୟରେ ବାହାର କରୁ ନ ଥିବା ଦେଖିବାକୁ ମିଳୁଛି। । ପ୍ରଦୂଷଣ ଓ ବୀମା ନ ଥିବା ଯାନବାହନ ମାଲିକ ସକାଳ ପାଇବା ମାତ୍ରେ ଲମ୍ବାଧାଡିରେ ଛିଡା ହେଉଛନ୍ତି। ଏହାକୁ ନେଇ ଜନଅସନ୍ତୋଷ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏପରି କି ଗତ ଶନିବାର ଭୁବନେଶ୍ୱର ରାଜମହଲ ଛକରେ ଜନତା ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ମଧ୍ୟ ଦେଖିବାକୁ ମିଳିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri