ନୂଆ ମୋଟରଯାନ ଆଇନ ଲାଗୁ ପ୍ରସଙ୍ଗ: ୩ମାସ କୋହଳ ହେଲା ନିୟମ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୧ତାରିଖରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି ପାଳନ କରାଯିବାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଅସନ୍ତୋଷକୁ ପ୍ରସମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ମୋଟର ଯାନ ଆଇନ ବ୍ୟବସ୍ଥାକୁ ୩ମାସ ପର୍ଯ୍ୟନ୍ତ କୋହଳ କରିବାକୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ଯାନବାହନଗୁଡ଼ିକର ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ସଂଶୋଧିତ ମୋଟର ଯାନକୁ କଡ଼ାକଡ଼ି ଲାଗୁ ନ କରି ଲୋକମାନଙ୍କୁ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ଏନଫୋର୍ସମେଣ୍ଟ ଏଜେନ୍ସି ପୋଲିସ ଓ ପରିବହନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଗାଡ଼ି କାଗଜ ପ୍ରସ୍ତୁତ କରିବା ପାଇଁ ଅଧିକ କାଉଣ୍ଟର ଖୋଲିବା ସହ ବିଭିନ୍ନ ସର୍ବସାଧାରଣ ଅନୁଷ୍ଠାନଗୁଡିକରେ କ୍ୟାମ୍ପ ଖୋଲି ଲୋକମାନଙ୍କୁ ପର୍ଯ୍ୟାପ୍ତ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ଲୋକମାନଙ୍କୁ ସଚେତନ କରିବା ସକାଶେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଜୀବନକୁ ବିପଦରେ ପକାଇବା ଭଳି ଗାଡି ନ ଚଳାଇବା ସହିତ ଟ୍ରାଫିକ ନିୟମକୁ ପାଳନ କରିବାକୁ ଯାନବାହନ ଚାଳକଙ୍କୁ ନିବେଦନ କରିଛନ୍ତି।
ରାଜ୍ୟରେ ସେପ୍ଟେମ୍ବର ୧ ତାରିଖରୁ ସଂଶୋଧିତ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ କରାଯାଇଛି। ଗାଡିର ଆନୁଷଙ୍ଗିକ କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ ନ ଥିଲେ ବହୁ ଜରିମାନା ଦେବାକୁ ପଡୁଛି। ଏପରିକି ୫୦ ହଜାର ଟଙ୍କାଯାଏ ମଧ୍ୟ ଜରିମାନା ଆଦାୟ କରାଯାଉଛି। ଏଭଳି ଜୋରଦାର ଧରପଗଡ଼ ସାଙ୍ଗକୁ ଅତ୍ୟଧିକ ଜରିମାନା ଲୋକମାନଙ୍କୁ ଅତିଷ୍ଠ କରିପକାଇଛି। ଏପରି କି ଅନେକଙ୍କ ମଧ୍ୟରେ କୋକୁଆ ଭୟ ଖେଳାଇ ଦେଇଛି। ବିନା କାଗଜ ପତ୍ରରେ ଚାଲୁଥିବା ଅନେକ ଯାନବାହାନକୁ ଲୋକମାନେ ଭୟରେ ବାହାର କରୁ ନ ଥିବା ଦେଖିବାକୁ ମିଳୁଛି। । ପ୍ରଦୂଷଣ ଓ ବୀମା ନ ଥିବା ଯାନବାହନ ମାଲିକ ସକାଳ ପାଇବା ମାତ୍ରେ ଲମ୍ବାଧାଡିରେ ଛିଡା ହେଉଛନ୍ତି। ଏହାକୁ ନେଇ ଜନଅସନ୍ତୋଷ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏପରି କି ଗତ ଶନିବାର ଭୁବନେଶ୍ୱର ରାଜମହଲ ଛକରେ ଜନତା ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ମଧ୍ୟ ଦେଖିବାକୁ ମିଳିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri