ନୂଆ ମୋଟର ଯାନ ଆଇନ: କୋହଳ ଅବଧି ଆଉ ମାସେ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ):ନୂଆ ମୋଟର ଆଇନ ଲାଗୁ ହେବା ପରେ କଡାକଡି ଯାଞ୍ଚ କରାଯାଇ ମୋଟାଅଙ୍କର ଜରିମାନା ଆଦାୟ ହୋଇଥିଲା। ଲୋକଙ୍କୁ ଗାଡ଼ି କାଗଜପତ୍ର କରିବାକୁ ସମୟ ଦିଆ ନ ଯାଇ ହଠାତ୍‌ ଏଭଳି ଜରିମାନା ଆଦାୟକୁ ନେଇ ଚାରିଆଡ଼େ ତୀବ୍ର ବିରୋଧ ହେବା ପରେ ସରକାର ସେପ୍ଟେମ୍ବର ୯ରୁ ୩ମାସ ପାଇଁ କୋହଳ ଘୋଷଣା କରିଥିଲେ। ଇତିମଧ୍ୟରେ ୨ମାସ ସରିବାକୁ ବସିଥିବାବେଳେ ଲୋକଙ୍କ ହାତରେ ଆଉମାତ୍ର ମାସଟିଏ ବାକି ରହିଛି। ସମୟ ପାଖେଇ ଆସୁଥିବାରୁ ଲୋକଙ୍କ ମଧ୍ୟରେ ଧୀରେ ଧୀରେ ଛନକା ପଶିବାରେ ଲାଗିଛି। ଏହାକୁ ନେଇ ଏବେଠୁ ଆରମ୍ଭ ହେଲାଣି ଚର୍ଚ୍ଚା।
ମିଳିଥିବା ସୂଚନାନୁସାରେ, ସେପ୍ଟେମ୍ବର ପହିଲାରୁ ଏପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ଆରଟିଓ-୧ରେ ୬୧ ହଜାର ୪୪୫ ଲୋକ ଆବେଦନ କରିଛନ୍ତି। ୧୩ ହଜାର ୩୧୫ ଜଣ ଡ୍ରାଇଭିଂ ଲାଇସେନ୍ସ ନେଇଥିବାବେଳେ ୪୮ ହଜାର ୧୦୪ ଜଣ ଲର୍ନିଂ ଲାଇସେନ୍ସ ନେଇଛନ୍ତି। ସେହିଭଳି ଆର୍‌ଟିଓ-୨ରେ ସେପ୍ଟେମ୍ବରରେ ୧୦ହଜାର ୭୫୫ ଜଣ ଓ ଅକ୍ଟୋବରରେ ୫ ହଜାର ୨୬ ଜଣ ଲର୍ନିଂ ଡ୍ରାଇଭିଂ ଲାଇସେନ୍ସ ନେଇଥିବା ସୂଚନା ମିଳିଛି। ଏହାସହ ୪୧୦୫ଜଣଙ୍କ ଆବେଦନ ଅମୀମାଂସିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri