ନୂଆ ମୋଟର ଯାନ ଆଇନ ପରେ କମିଛି ଦୁର୍ଘଟଣା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ମୋଟର ଯାନ ଆଇନ କଡାକଡି ହେବା ପରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ୪.୭ ପ୍ରତିଶତ କମିଛି। ମୃତ୍ୟୁହାର ୧୨% କମିଛି। ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସଡ଼କ ସୁରକ୍ଷା ପରିଷଦ ବୈଠକରୁ ଏହି ସୂଚନା ମିଳିଛି। ତେବେ ଜାନୁୟାରୀରୁ ଅକ୍ଟୋବର ୩୦ ମଧ୍ୟରେ ରାସ୍ତା ଦୁର୍ଘଟଣା ବୃଦ୍ଧି ପାଇଛି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ଜାତୀୟ ସ୍ତରରେ ପ୍ରତି ୧୦୦ ଦୁର୍ଘଟଣାରେ ୩୨ ଜଣ ପ୍ରାଣ ହରାଉଥିବାବେଳେ ଓଡ଼ିଶାରେ ୪୭ ଜଣଙ୍କର ପ୍ରାଣହାନି ହେଉଛି। ୨୦୧୮ରେ ୫୩୧୫ ଜଣଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବାବେଳେ ୫ ହଜାର ଗୁରୁତର ଆହତ ହୋଇଛନ୍ତି। ସେହିପରି ୨୦୦୮ରୁ ୨୦୧୮ ମଧ୍ୟରେ ଓଡ଼ିଶାରେ ୩୮ ହଜାର ୨୦୪ ଜଣଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ୭୦% ରୋଜଗାରକ୍ଷମ ବ୍ୟକ୍ତି ବୋଲି ଜଣାପଡିଛି। ରାସ୍ତା ଦୁର୍ଘଟଣା ରାଜ୍ୟରେ ସାଂଘାତିକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରୁଥିବାରୁ ସୁପ୍ରିମକୋର୍ଟ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ୨୦୨୦ ସୁଦ୍ଧା ଦୁର୍ଘଟଣାଜନିତ ମୃତ୍ୟୁ ୨୦% ହ୍ରାସ କରିବାକୁ ପଦକ୍ଷେପ ନେବା ସକାଶେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହାର ଠିକ୍‌ ବିପରୀତ ଦେଖିବାକୁ ମିଳୁଛି। ୨୦୧୮ ତୁଳନାରେ ୨୦୧୯ ଜାନୁୟାରୀରୁ ସେପ୍ଟେମ୍ବର ମଧ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁହାର ୭.୫ ପ୍ରତିଶତ ବୃଦ୍ଧି ହୋଇଛି। ଏହି ସମୟରେ ୪୧୧୫ ଜଣଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା ହାର କମାଇବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଦୁର୍ଘଟଣା ସମୟରେ ତୁରନ୍ତ ଚିକିତ୍ସା ମିଳିପାରୁ ନ ଥିବାରୁ ବହୁ ଲୋକଙ୍କର ମୃତ୍ୟୁ ହେଉଛି। ସେଥିପାଇଁ କଟକ ଓ ଭୁବନେଶ୍ୱର ସହରର କେତେକ ଘରୋଇ ହସ୍ପିଟାଲରେ ମାଗଣାରେ ଚିକିତ୍ସା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି ବୋଲି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri