ନୂଆ ରୂପ ନେଲା ରୂପାଲି ହାଟ, ୨୨୦ ପିଣ୍ଡିକୁ ମିଳିଲା ସ୍ମାର୍ଟ ଲୁକ୍‌

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ବାତ୍ୟା ‘ଫନୀ’ରେ ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଯାଇଥିବା ଶହୀଦନଗର ରୂପାଲି ହାଟର ପୁନରୁଦ୍ଧାର ହୋଇଛି। ଇଟା, ସିମେଣ୍ଟରେ ସ୍ବତନ୍ତ୍ର ପିଣ୍ଡି ତିଆରି କରାଯିବା ସହ ଆଲୁମିନିୟମ ପାଇପ୍‌, ଲୁହା ଆଙ୍ଗେଲ ଓ ନୂଆ ଆଜ୍‌ବେଷ୍ଟସ୍‌ ଦ୍ୱାରା ଛପର କରାଯାଇଛି। ଏଥିସହ ବିଦ୍ୟୁତ୍‌ ଆଲୋକ ବ୍ୟବସ୍ଥା ହୋଇଛି। ଏବେ ଏହି ହାଟରେ ୨୨୦ ପିଣ୍ଡିକୁ ସ୍ମାର୍ଟ ଲୁକ୍‌ ମିଳିଛି। ସାମାଜିକ ଅନୁଷ୍ଠାନ ‘ଜୟ ଓଡ଼ିଶା’, ‘ହିଣ୍ଡାଲ୍‌କୋ’ କମ୍ପାନୀ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ରୂପାଲି ହାଟକୁ ପୁନରୁଦ୍ଧାର କରାଯାଇ ନୂଆ ରୂପ ଦିଆଯାଇଛି। ଶନିବାର ଏହାକୁ ଉଦ୍‌ଘାଟନ କରାଯିବା ପରେ ହାଟ ଆରମ୍ଭ ହୋଇଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ଅରୂପ ପଟ୍ଟନାୟକ, ଡ. ଜଗନ୍ନାଥ ମହାପାତ୍ର, ଜୟ ଓଡ଼ିଶା ଅନୁଷ୍ଠାନର ସଭାପତି ରୁଦ୍ର ସାମନ୍ତରାୟ ଓ ହିଣ୍ଡାଲ୍‌କୋର ଅର୍ଦ୍ଧେନ୍ଦୁ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଉଲ୍ଲେଖଥାଉ କି, ବାତ୍ୟାରେ ରାଜଧାନୀର ଅନ୍ୟତମ ପ୍ରମୁଖ ବ୍ୟବସାୟିକ କ୍ଷେତ୍ର ରୂପାଲି ହାଟ ସ୍ଥିତି ହରାଇଥିଲା। ଚାଳିଆ, ପିଣ୍ଡି, କ୍ୟାବିନ, ଆଜ୍‌ବେଷ୍ଟସ ଭାଙ୍ଗିଯିବାରୁ ବ୍ୟବସାୟୀମାନେ ବ୍ୟବସାୟ କରିପାରି ନ ଥିଲେ। ଗତ ମେ ୭ରେ ଜୟ ଓଡ଼ିଶା ଅନୁଷ୍ଠାନ ପକ୍ଷରୁ ପୁନରୁଦ୍ଧାର ପାଇଁ ହିଣ୍ଡାଲ୍‌କୋ କମ୍ପାନୀ ସହ ଯୋଗାଯୋଗ କରାଯାଇଥିଲା। ହିଣ୍ଡାଲ୍‌କୋ ସହମତି ପ୍ରକାଶ କରିବା ପରେ ଜୟ ଓଡ଼ିଶା ଅନୁଷ୍ଠାନ ବିଏମ୍‌ସି ସହ ଆଲୋଚନା କରିଥିଲା। ସମସ୍ତଙ୍କ ସହଯୋଗରେ ମେ ୧୫ରୁ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri