ନୂଆ ସଡ଼କ ସୁରକ୍ଷା ନିୟମ ନେଇ ସଚେତନତା

ବାରିପଦା ଅଫିସ,୬ା୯-କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ମୋଟରଯାନ ନିୟମ ଲାଗୁ କରାଯିବା ପରେ ରାଜ୍ୟ ସରକାର ଏହାକୁ କଡ଼ାକଡ଼ି କରିଛନ୍ତି ା ଫଳରେ ବିନା ଲାଇସେନ୍ସ ଓ ହେଲମେଟରେ ଗାଡି ଚଳାଇବା ସହିତ ଅନ୍ୟାନ୍ୟ ନିୟମ ଉଲ୍ଲଂଘନ କରୁଥିବା ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ବ୍ୟବସ୍ଥା କରାଯାଇଛି। ଏଭଳି ବ୍ୟବସ୍ଥାକୁ ନେଇ ବାରିପଦା ସହରରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ମୟୂରଭଞ୍ଜ ପୋଲିସ ପକ୍ଷରୁ ଏକ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ମହାରାଜା ପୂର୍ଣ୍ଣଚନ୍ଦ୍ର ଜୁନିଅର କଲେଜ ଓ ବାରିପଦା ଏମ୍‌କେସି ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଶୁଭଙ୍କର ସାହୁ ଏଥିରେ ଅଧ୍ୟକ୍ଷତା କରିଥିବା ବେଳେ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଜ୍ଞା ପାରମିତା ଜେନା ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ଜିଲା ଆରକ୍ଷୀ ଅଧୀକ୍ଷକ ପରମାର ସ୍ମିଥ ପୁରୁଷୋତ୍ତମ ଦାସ, ସମ୍ମାନିତ ବକ୍ତା ଭାବେ ମୟୂରଭଞ୍ଜ ଉପଜିଲାପାଳ ତଥା ଆରଟିଓ ଦିବ୍ୟଜ୍ୟୋତି ପରିଡା, ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ଅଭିମନ୍ୟୁ ନାୟକ, ସଦର ଏସଡିପିଓ କୃଷ୍ଣ ପ୍ରସାଦ ପଟ୍ଟନାୟକ ଓ ଅତିରିକ୍ତ ପରିବହନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ା ମୋଟରଯାନ ଉପରେ ପ୍ରଣୟନ କରାଯାଇଥିବା ନୂଆ ନିୟମ ସମ୍ପର୍କରେ ଅତିଥିମାନେ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ଜଣାଇଥିଲେ। ଇଂଲିଶ ଅଧ୍ୟାପିକା ଦେବସ୍ମିତା ପାଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ତପସ୍ବିନୀ ମହାଳିକ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ଛାତ୍ରୀଛାତ୍ରମାନଙ୍କୁ ନେଇ ଏକ ସଚେତନତା ରାଲି କଲେଜରୁ ବାହାରିଥିଲା ା ଜିଲା ଆରକ୍ଷୀ ଅଧୀକ୍ଷକ ଦାସ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ଛାତ୍ରୀଛାତ୍ରମାନେ ହାତରେ ବିଭିନ୍ନ ନୂଆ ନିୟମ ଲାଗୁ ହୋଇଥିବା ପ୍ଲାକାର୍ଡ ଧରି ସହରରେ ଚଳପ୍ରଚଳ କରୁଥିବା ଜନସାଧାରଣଙ୍କୁ ସଚେତନ କରିଥିଲେ। ଟାଉନ ଥାନା ଅଧିକାରୀ ଅଶୋକ ନାୟକଙ୍କ ସମେତ ବହୁ ପଦାଧିକାରୀ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri