Posted inଜାତୀୟ

ନୂଆ ସରକାରଙ୍କୁ ଶୁଭେଚ୍ଛା ଜଣାଇ ଇସ୍ତଫା ଦେଲେ ଫଡ୍‌ନବିସ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନିବସ ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅପରାହ୍ନ ୩ଟା ୩୦ରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଏହା ଘୋଷଣା କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫା ପତ୍ର ଦେବେ ବୋଲି କହିଛନ୍ତି। ବୁଧବାର ସନ୍ଧ୍ୟା ୫ଟାରେ ସଂଖା ଗରିଷ୍ଠତାର ପ୍ରମାଣ ଦେବାକୁ ଥିବା ବେଳେ ଏହା ପୂର୍ବରୁ ସେ ଇସ୍ତଫା ପ୍ରଦାନ କରିଛନ୍ତି। ତେବେ ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଥମେ ଉପମୁଖ୍ୟମନ୍ତ୍ରୀ ପଦରୁ ଏନ୍‌ସିପି ନେତା ଅଜିତ ପାଓ୍ବାର ଇସ୍ତଫା ଦେଇଥିଲେ। ଏବେ ଫଡ୍‌ନବିସ ଇସ୍ତଫା ଦେବାରୁ ମହାରାଷ୍ଟ୍ରର ଭାଜପା ନେତୃତ୍ୱାଧିନ ସରକାର ଭାଙ୍ଗି ଯାଇଛି। ଏହାପରେ ଫଡ୍‌ନବିସ କହିଛନ୍ତି ମୁଖ୍ୟମନ୍ତ୍ରୀ ପଦକୁ ନେଇ ଶିବସେନା ତାଙ୍କୁ ଧମକ ଦେଇଥିଲା। ସେ ଆହୁରି ମଧ୍ୟ କହିଛନ୍ତି ସୁପ୍ରିମକୋର୍ଟଙ୍କ ରାୟ ପରେ ଯେତେବେଳେ ଉପ ମୁଖ୍ୟମନ୍ତ୍ରୀ ପଦରୁ ଅଜିତ ପାଓ୍ବାର ଇସ୍ତଫା ଦେଇଥିଲେ ସେତେବେଳେ ଆମେ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇସାରିଥିଲୁ। କାରଣ କୌଣସି ଦଳକୁ ଭାଙ୍ଗିବାକୁ ଅବା ଘୋଡା ବେପାର କରିବାକୁ ଚାହୁଁ ନ ଥିଲା ଭାଜପା। ଏବେ ସେ ନୂଆ ସରକାରକୁ କାମ ଶିଖାଇବେ ବୋଲି ଫଡନବିସ କହିଛନ୍ତି। ଅନ୍ୟପଟେ ଶିବସେନା, ଏନ୍‌ସିପି ଓ କଂଗ୍ରେସ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଚାହିଁ ବସିଛନ୍ତି। ସୂଚନାଯୋଗ୍ୟ, ଗତ ଅକ୍ଟୋବରରୁ ଏଠାରେ ବିଧାନସଭା ନିର୍ବାଚନ ସରିଥିବା ବେଳେ ଏପର୍ଯ୍ୟନ୍ତ ଏଠାରେ ଆସନ ଭାଗବଣ୍ଟାକୁ ନେଇ ଗଣିତ ଛିଡି ପାରୁ ନାହିଁ।

https://www.facebook.com/DharitriNews/videos/624653624739811/


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

ବଙ୍ଗରେ ଚହଳ! ଟିଏମସିରେ ଫାଟ ଭିତରେ ବଡ଼ କଥା କହିଦେଲେ ମମତା, ଅଭିଷେକ ବାନାର୍ଜୀ

କୋଲକାତା,୧୫।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀ ବୁଧବାର ଏକ ବିଦ୍ରୋହ ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ସମର୍ଥନ ଜଣାଇଛନ୍ତି । ଟିଏମସିକୁ ପୁନଃଗଠନ…

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri