Posted inଜାତୀୟ

ନୂଆ ସରକାର ଗଠନ ପରେ ୫ ରାଜ୍ୟରେ ଅଟକି ରହିଛି ୬ ଲକ୍ଷ ୭୦ ହଜାର କୋଟିର ପ୍ରକଳ୍ପ

ନୂଆଦିଲ୍ଲୀ,୧୫।୧୨: ଭାରତର ୫ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ୬ ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଅଟକି ରହିଛି। ସେଥିମଧ୍ୟରୁ ଆନ୍ଧ୍ରପ୍ରଦେଶରେ ଲକ୍ଷେ ୯ ହଜାର କୋଟି, ମହାରାଷ୍ଟ୍ରରେ ୫ ଲକ୍ଷ ୪୬ ହଜାର ୧୨୮ କୋଟି, ଛତିଶଗଡ଼ରେ ୧୩ ହଜାର କୋଟି, ମଧ୍ୟପ୍ରଦେଶରେ ୪୩୦ କୋଟି ଏବଂ ଉତ୍ତରପ୍ରଦେଶରେ ୧୫ ଶହ ୧୩ କୋଟି ଟଙ୍କାର ପ୍ରକଳ୍ପ ଅଟକି ରହିଥିବା କୁହାଯାଉଛି। ଆନ୍ଧ୍ର ପ୍ରଦେଶରେ ମେ ୩୦ରେ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସରକାର ଆସିବା ପରେ ପ୍ରାୟ ସମସ୍ତ ନିର୍ମାଣ କାର୍ଯ୍ୟ ଅଧାରେ ଅଟକି ରହିଛି। ପ୍ରସ୍ତାବିତ ନୂଆ ରାଜଧାନୀ ଅମରାବତୀର କାମ ଆଉ ଆଗେଇ ପାରୁନି। ଅମରାବତୀ ରାଜଧାନୀ ହେବ କି ନାହିଁ ସେ ନେଇ କିଛି ନିଷ୍ପତ୍ତି ନିଆଯାଇ ପାରୁନି ବୋଲି ଅଭିଯୋଗ ହେଉଛି। କାମ ଅଧାରେ ରହିଯିବାରୁ ବିଲ୍ଡରମାନେ ଚିନ୍ତାରେ ପଡ଼ିଛନ୍ତି। ନିବେଶ ହୋଇଥିବା ଟଙ୍କା ଫେରି ପାଇବା ନେଇ ଆଶଙ୍କା ଦେଖାଦେଇଛି। ସେହିପରି ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାର ଗଠନ ପରେ ମୋଟ୍ରୋ-୩ କାର ରୋଡ୍‌ ପ୍ରକଳ୍ପ ଅଟକି ଯାଇଛି। ଏସବୁର ସମୀକ୍ଷା କରାଯାଉଛି। ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲା ସରକାର ପୁରୁଣା ସରକାରଙ୍କ ବହୁ ଯୋଜନାକୁ ଅଟକାଇ ଦେଇଛନ୍ତି। ୯ ହଜାର କୋଟି ଟଙ୍କାର ରେଳ ପରିଯୋଜନା ସମେତ ଅନ୍ୟ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା ଜାରି ରହିଛି। ସେହିପରି ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳ ନାଥ ଶାସନ ଡୋରି ଧରିବା ପରେ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି। ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ହେବା ପରେ ଅଖିଳେଶ ଯାଦବ ସରକାରଙ୍କ ବହୁ ପ୍ରକଳ୍ପକୁ ଅଧାରେ ବନ୍ଦ କରିଛନ୍ତି। ଏହାର ସିଧାସଳଖ ପ୍ରଭାବ ଠିକାଦାରଙ୍କ ଉପରେ ପଡୁଥିବାରୁ ଅସନ୍ତୋଷ ବୃଦ୍ଧି ପାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri