ନୂଆ ୪୮ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଧିକାଂଶ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ୧୨, ବାଲେଶ୍ୱରର ୧୨, ନୟାଗଡ଼ ୩, ଯାଜପୁର ୨, ପୁରୀ ୧୦, ଭଦ୍ରକ ୬, ଦେବଗଡ଼, ସୁନ୍ଦରଗଡ଼ ଓ କଟକରୁ ଜଣେ ଲେଖାଏ ରହିଛନ୍ତି।
ତେବେ ଗଞ୍ଜାମର ୧୨ ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ଥିଲେ। ସେହିପରି ବାଲେଶ୍ୱରର ୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୭ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ୨ ସୁରଟ, ୧ ମହାରାଷ୍ଟ୍ର ଓ ୧ ଦିଲ୍ଲୀ ଫେରନ୍ତା। ବାଲେଶ୍ୱରର ଅନ୍ୟ ଜଣେ ଆକ୍ରାନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ। ନୟାଗଡ଼ର ୩ ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସମସ୍ତେ କ୍ୱାରାଣ୍ଟାଇନରେ ଥିଲେ। ଯାଜପୁରର ୨ ଆକ୍ରାନ୍ତ ମଧ୍ୟ ସୁରଟ ଫେରନ୍ତା ହୋଇଥିବା ବେଳେ ଉଭୟ କ୍ୱାରାଣ୍ଟାଇନରେ ରହିଥିଲେ। ସେହିପରି ପୁରୀ ଜିଲାର ୧୦ ଆକ୍ରାନ୍ତ ସୁରଟ ଫେରନ୍ତା। ସେମାନେ ସମସ୍ତେ କ୍ୱାରାଣ୍ଟାଇନାରେ ଥିଲେ। ଭଦ୍ରକର ୬ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ହୋଇତିବା ବେଳେ ସମସ୍ତେ କ୍ୱାରାଣ୍ଟାଇନରେ ରହିଥିଲେ। ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାର ଚିହ୍ନଟ ଜଣେ ଲେଖାଏ ଆକ୍ରାନ୍ତ ଅହମ୍ମଦାବାଦ ଫେରନ୍ତା ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନରେ ଥିଲେ। ସେହିପରି କଟକ ଜିଲାର ଆକ୍ରାନ୍ତ ଜଣଙ୍କ ଅହମ୍ମଦାବାଦ ଫେରନ୍ତା ହୋଇଥିବା ବେଳେ ସେ କ୍ୱାରାଣ୍ଟାଇନରେ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?