ନୂତନ ଆବିଷ୍କାର ପାଇଁ ଉଦ୍ୟମ ଜାରି ରଖ

କାମାକ୍ଷାନଗର,୨୯।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ କାମାକ୍ଷାନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ର ଯୋଗଦେଇ କହିଲେ, ମଣିଷ ଓ ବିଜ୍ଞାନ ପରସ୍ପର ପରିପୂରକ। ବର୍ତ୍ତମାନ ବିଜ୍ଞାନ ବିନା ମଣିଷ ସମାଜ ଦୁର୍ବିଷହ ହୋଇପଡିଛି। ତେଣୁ ଛାତ୍ରୀଛାତ୍ରମାନେ ନୂତନ ଆବିଷ୍କାର କରିବା ପାଇଁ ଉଦ୍ୟମ ଜାରି ରଖନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ବିଜ୍ଞାନ ଶିକ୍ଷକ ଡା ଚନ୍ଦ୍ରମଣି ଲେଙ୍କା ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ନିରଞ୍ଜନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସୁରେଶ ବିଶ୍ବାଳ ଧନ୍ୟବାଦ ଦେଇଥିଲେ। ଧ୍ରୁବଚରଣ ସୁନ୍ଦରାୟ, ସୁମିତ୍ରା ଜେନା, ରୁଦ୍ରନାରାୟଣ ପରିଡା, ରୋଜାଲିନ ପତି, ପ୍ରଭାତି ସାହୁ, ଜ୍ୟୋତି ସାହୁ ପ୍ରମୁଖ ସହଯୋଗ କରିଥିଲେ। ଏହି ଉପଲକ୍ଷେ ବିଜ୍ଞାନ ଭିତିକ ଝୋଟି, ବକ୍ତୃୃତା ପ୍ରକଳ୍ପ ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି କାମାକ୍ଷାନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପରିସରରେ ଅନୁଷ୍ଠିତ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଛି। କାମାକ୍ଷାନଗର ତହସିଲଦାର କୁମାର ରାଉତ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଗୌର ଚନ୍ଦ୍ର ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପରିଚାଳନା କମିଟି ସଭାପତି ସଂଜିବ କୁମାର ମିଶ୍ର, ଉପସଭାପତି ବିଜୟ କୁମାର ସେନାପତି, ସମ୍ପାଦକ ପ୍ରଫୁଲ୍ଲ କୁମାର ସାହୁଙ୍କ ସମେତ ବିଦ୍ୟାଳୟର ସମସ୍ତ ଗୁରୁମାଗୁରୁଜୀ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri