‘ନୃତ୍ୟଗୀତ ମାନସିକ ଶାନ୍ତି ଦିଏ’

ଭୁବନ, ୧୮ା୫(ଡି.ଏନ.ଏ.)-ସାଂସ୍କୃତିକ ଅନୁଷ୍ଠାନ ‘ନଟରାଜ କଳାବିକାଶ କେନ୍ଦ୍ର’ର ୭ମ ବାର୍ଷିକ ଉତ୍ସବ ସ୍ଥାନୀୟ ରାମମନ୍ଦିର ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ବରିଷ୍ଠ କର୍ମକର୍ତ୍ତା ଶନି ଭଳ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, ନୃତ୍ୟଗୀତ ମାନସିକ ଶାନ୍ତି ଦିଏ। ସ୍ବାସ୍ଥ୍ୟରକ୍ଷା ପାଇଁ ନୃତ୍ୟ ଏକ ବଳିଷ୍ଠ ମାଧ୍ୟମ। ଏହାଦ୍ୱାରା କଳା ଏବଂ କଳାକାରଙ୍କୁ ପ୍ରୋତ୍ସାହନ ମଧ୍ୟ ମିଳିଥାଏ। ଆଞ୍ଚଳିକସ୍ତରରେ ବିଭିନ୍ନ ଅନୁଷ୍ଠାନ କଳାକାରଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଏହା କଳାକୁ ବଞ୍ଚାଇ ରଖିବାରେ ସହାୟକ ହେଉଛି ବୋଲି ସେ ମତବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଭାବେ ଗୀତିକାର ଗୋବିନ୍ଦ ଚନ୍ଦ୍ର, ସମ୍ମାନିତ ଅତିଥି ନାଟ୍ୟକାର ସତ୍ୟବାଦୀ ସେନାପତି, ସାମାଜିକ କର୍ମୀ ଲଳିତ କୁମାର ବେହେରା, ନୃତ୍ୟଗୁରୁ ଦେବଦତ୍ତ ବିଶ୍ୱକର୍ମା ମଞ୍ଚାସୀନ ଥିଲେ।
ଏହି ଅବସରରେ ଆଖପାଖ ଅଞ୍ଚଳର କଳାକାରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ ଅନୁଷ୍ଠାନର ୨୯ ଜଣ କଳାକାରଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ବହୁ କଳାପ୍ରେମୀ ସମାଗମ ହୋଇଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ କମଳ ମହାରଣା ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମକୁ ଇତିଶ୍ରୀ ପୃଷ୍ଟି ପରିଚାଳନା କରିଥିଲେ। ପ୍ରଦ୍ୟୁମ୍ନ ଓଝା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

କୌଳିକ ବୃତ୍ତିରୁ ମୁହଁ ଫେରେଇଲେଣି ବାଉଁଶ କାରିଗର: ପହଞ୍ଚୁନି ସରକାରୀ ପ୍ରୋତ୍ସାହନ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ):ଅତ୍ୟାଧୁନିକ ଯୁଗ ତଥା ଆଜିର ବିଜ୍ଞାନ ଯୁଗରେ ହାତ ତିଆରି ଜିନିଷ ଅଲୋଡ଼ା ହୋଇ ପଡୁଛି । ପ୍ଲାଷ୍ଟିକର ବହୁଳ ବ୍ୟବହାର ଏବଂ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri