ନୃତ୍ୟରେ କମ୍ପିଲା ମୁକ୍ତାକାଶ ରଙ୍ଗମଞ୍ଚ

ପାଲଲହଡା,୭ା୩(ଡି.ଏନ.ଏ) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ଲୋକ ମହୋତ୍ସବ ମାଲ୍ୟଗିରି ମହୋତ୍ସବର ଶୁକ୍ରବାର ଥିଲା ଦ୍ୱିତୀୟ ସା। ଏହି ଅବସରରେ ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ମାଲ୍ୟଗିରି ମୁକ୍ତାକାଶ ରଙ୍ଗମଞ୍ଚ। ପାଲଲହଡା ବିଧାୟକ ମୁକେଶ କୁମାର ପାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ସ୍ବତନ୍ତ୍ର ଅତିଥି ଭାବେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭ୍ୟ ପ୍ରିୟରଞ୍ଜନ ମେହେର, ଉପଜିଲାପାଳ ଅଜିତ କୁମାର ପ୍ରଧାନ, ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ ଆଖ୍ୟା କୁମାର ସାହୁ ଯୋଗ ଦେଇଥିଲେ। ପରେ ମହୋତ୍ସବ କମିଟି ତରଫରୁ ନିମନ୍ତ୍ରିତ ଅତିଥିଙ୍କୁ ସମ୍ମାନିତ କରାଯାଇଥିଲା। ଦ୍ୱିତୀୟ ସାଂସ୍କୃତିକ ସାରେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଛଉ ନୃତ୍ୟ ଏବଂ କ୍ରିଏଟିଭ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟକୁ ଦର୍ଶକ ମନଭରି ଉପଭୋଗ କରିଥିବାବେଳେ ପାରମ୍ପରିକ ଲୋକନୃତ୍ୟ ସାଙ୍ଗକୁ ବିଭିନ୍ନ ଜିଲାରୁ ଆସିଥିବା କଳାକାରମାନଙ୍କ ମୁଣ୍ଡା ନୃତ୍ୟ, ପାଲା, ଛଉ ନୃତ୍ୟ, ଆଧୁନିକ ନୃତ୍ୟ ଗୀତରେ ମଞ୍ଚ ଦୁଲୁକି ଉଠିଥିଲା ଓଲିଉଡ କଳାକାର ସମ୍ବିତ ଆଚାର୍ଯ୍ୟଙ୍କ ଅଭିନୟ ଏବଂ ନୃତ୍ୟରେ ଦର୍ଶକ ବିଭୋର ହୋଇଥିଲେ। ସାରୁ ବର୍ଷା ଲାଗି ରହିଥିଲେ ମଧ୍ୟ ଜନ ସମାଗମ ଦେଖିବାକୁ ମିଳିଥିଲା। ଟ୍ରାଫିକ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମହୋତ୍ସବର ତୃତୀୟ ସାରେ ରାବଣାଛାୟା, ଗୋଟିପୁଅ, ଡାଲଖାଇ ନୃତ୍ୟ, ଭାରତ ନାଟ୍ୟମ ପରିବେଷଣ ସହ ହାସ୍ୟ ଅଭିନେତା ପପୁ ପମ୍‌ ପମ୍‌ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri