ନୃଶଂସ ପୁଅଙ୍କ ଅମାନବୀୟ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟି ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ପାଟଣାଗଡ଼, ୬।୭ (ଡି.ଏନ୍‌.ଏ.): ସାମାନ୍ୟ ବଚସାକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ମାଡ଼ମାରିବା ପରେ ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ ପୁଅ। ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି ବଲାଙ୍ଗିର ଜିଲା ବେଲପଡ଼ା ଥାନା ଅନ୍ତର୍ଗତ ରାଡ଼ବାହାଲ ଗ୍ରାମରେ।
ସୂଚନାନୁଯାୟୀ, ଶନିବାର ଭୋର ସମୟରେ କୌଣସି କାରଣକୁ ନେଇ ଉକ୍ତ ଗ୍ରାମର ଋଷି ଖର୍ସେଲଙ୍କ ପୁଅ ସନ୍ତୋଷ ଘରେ କଳହ କରିଥିଲେ। ଉଭୟ ବାପା ଓ ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସନ୍ତୋଷ ଋଷିଙ୍କୁ ଏକ ଠେଙ୍ଗାରେ ବାଡ଼େଇଥିଲେ। ଏହି ସମୟରେ ସନ୍ତୋଷଙ୍କ ଶଯ୍ୟାଶାୟୀ ମା’ ଆଶାମତୀ ପୁଅକୁ ବାରଣ କରିଥିଲେ। ଘଟଣାର ସମାଧାନ ପାଇଁ ଗ୍ରାମବାସୀଙ୍କୁ ଡାକିବା ପାଇଁ ସ୍ବାମୀ ଋଷିଙ୍କୁ କହିଥିଲେ। ଋଷି ଗ୍ରାମବାସୀଙ୍କୁ ଡାକିବାକୁ ଯାଇଥିଲେ। ଏହି ସମୟରେ ଆଶାମତୀ ଶୋଇଥିବା ବେଳେ ସନ୍ତୋଷ ତାଙ୍କ ଉପରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଏ ବିଷୟରେ ଗ୍ରାମବାସୀ ଜାଣିବା ବେଳକୁ ଆଶାମତୀଙ୍କ ମୃତ୍ୟୁ ହୋଇଯାଇଥିଲା। ଗ୍ରାମବାସୀଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ବେଲପଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ସନ୍ତୋଷ ଫେରାର ଅଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ଜାମୁମାଳ ଅଞ୍ଚଳରେ ରାସ୍ତା ବିପର୍ଯ୍ୟସ୍ତ: ଶିକ୍ଷା ଓ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ଛାତ୍ରୀଛାତ୍ରଙ୍କ ସହ ଗ୍ରାମବାସୀ

ଜମନକିରା,୧୩।୮(ରବୀନ୍ଦ୍ର ପ୍ରସାଦ ଦାନୀ): ଆଧୁନିକ ସମାଜରେ ଉତ୍ତମ ସଡ଼କ ଯୋଗାଯୋଗ ବିକାଶର ଏକ ପ୍ରମୁଖ ମାପକାଠି । କିନ୍ତୁ ଆଜି ବି ଅନେକ ଗ୍ରାମାଞ୍ଚଳ ଏହି ମୌଳିକ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri