ନେଇଗଲେ ଅଢ଼େଇ ଲକ୍ଷ ଟଙ୍କା, ସୁନା

ଛେଣ୍ଡିପଦା,୨ା୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ମୁଖାପିନ୍ଧି ଆସିଥିବା ୬ଜଣ ଦୁର୍ବୃତ୍ତ ଜଣେ ପୂଜକଙ୍କ ଘରେ ପଶି ଝିଅ ବାହାଘର ପାଇଁ ଗଡରେଜ୍‌ରେ ଥିବା ନଗଦ ଅଢେଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଓ ୨ ଲକ୍ଷରୁ ଅଧିକ ଟଙ୍କାର ସୁନାଗହଣା ନେଇ ଫେରାର ହୋଇଯାଇଛନ୍ତି। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ପୂଜକଙ୍କ ପୁଅ ଆହତ ହୋଇଥିବା ବେଳେ ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
ଘଟଣାରୁ ପ୍ରକାଶ ଯେ, ପୁରୁଣାଗଡ ବରାଳ ବାଲୁଙ୍କେଶ୍ବର ମନ୍ଦିରର ପୂଜକ ପ୍ରମୋଦ ମହାପାତ୍ରଙ୍କ ଘରେ ରାତି ପ୍ରାୟ ୧ଟାରେ ଦୁର୍ବୃତ୍ତମାନେ ପଶିଥିଲେ। ପ୍ରଥମେ ସେମାନେ ୩୩ କେଭି ତାରରେ ଲୁହା ଚେନ୍‌ ପକାଇ ଅଞ୍ଚଳରୁ ବିଦ୍ୟୁତ୍‌ କାଟିଦେଇଥିଲେ। ପରେ ପ୍ରମୋଦଙ୍କ ଘର ନିକଟରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ସହାୟତାରେ ଘର ଉପରକୁ ଉଠି ଆଜବେଷ୍ଟସ ଭାଙ୍ଗି ଭିତରେ ପଶିଥିଲେ। ମୁଖାପିନ୍ଧା ଦୁର୍ବୃତ୍ତମାନେ ପ୍ରମୋଦଙ୍କ ପୁଅ ପତିତପାବନଙ୍କୁ ମାଡ଼ ମାରିବା ସହ ଏକ ଖଣ୍ଡାରେ ବାମ ହାତ ପାପୁଲିକୁ ହାଣି ଦେଇଥିଲେ। ପତିତପାବନଙ୍କ ଚିତ୍କାର ଶୁଣି ପରିବାର ଲୋକେ ଉଠିପଡ଼ିବାରୁ ଦୁର୍ବୃତ୍ତମାନେ ସେମାନଙ୍କୁ ବନ୍ଧୁକ, ଖଣ୍ଡା, ଭୁଜାଲି ଦେଖାଇ ଭୟଭୀତ କରାଇ ମୋବାଇଲ ଛଡାଇ ନେଇଥିଲେ। ପ୍ରମୋଦଙ୍କୁ ନିସ୍ତୁକ ମାଡ଼ ମାରି ତାଙ୍କଠାରୁ ଗଡରେଜ ଚାବି ନେଇଯାଇଥିଲେ। ସମସ୍ତଙ୍କୁ ଗୋଟିଏ ଘରେ ବନ୍ଦ କରିଦେବା ପରେ ଝିଅ ବାହାଘର ପାଇଁ ପ୍ରମୋଦ ଗଡରେଜରେ ରଖିଥିବା ପ୍ରାୟ ଅଢେଇ ଲକ୍ଷ ଟଙ୍କା, ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଗହଣା ନେଇ ଘରୁ ବାହାରିଯାଇଥିଲେ। ଏହି ସମୟରେ ନିକଟରେ ଦୋକାନ ଦେଇଥିବା ପ୍ରମୋଦଙ୍କ ବାପା ପଦ୍ମଚରଣ ମହାପାତ୍ର ପହଞ୍ଚିଯିବାରୁ ଦୁର୍ବୃତ୍ତମାନେ ତାଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି ଫେରାର ହୋଇଯାଇଥିଲେ। ରାତି ପ୍ରାୟ ୩ଟାରେ ଆହତ ପତିତପାବନଙ୍କୁ ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରାଯିବା ସହ ଡକାୟତି ସମ୍ପର୍କରେ ଥାନାକୁ ଜଣାଯାଇଥିଲା। ରବିବାର ସକାଳେ ପୋଲିସ ଓ ସାଇଣ୍ଟିଫିକ ଟିମ୍‌ ସନ୍ଧାନୀ କୁକୁର ନେଇ ପହଞ୍ଚି ତଦନ୍ତ କରିଥିଲେ। ଏ ନେଇ ଛେଣ୍ଡିପଦା ଥାନାରେ ନଂ. ୬୯/୨୦ରେ ଏକ ମାମଲା ରୁଜୁ ହୋଇଛି। ଥାନା ଅଧିକାରୀ କନକ ମାଝି କହିଛନ୍ତି, ଦୁର୍ବୃତ୍ତମାନଙ୍କ ଫିଙ୍ଗରପ୍ରିଣ୍ଟ ଓ ସିସିଟିଭି ଫୁଟେଜ ଯାଞ୍ଚ କରାଯାଉଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳର କେତେଜଣ ଲୋକଙ୍କ ହାତଥିବା ସନ୍ଦେହ କରାଯାଉଛି। ଖୁବ୍‌ଶୀଘ୍ର ଦୁର୍ବୃତ୍ତମାନଙ୍କୁ ଯେପରି ଧରାଯିବ ସେଥିପାଇଁ ଏକ ଟିମ୍‌ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା…

ସ୍କୁଲରୁ ଲଗାତର ଚୋରି, ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ

ଅମରପାଲି,୨୩ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍‌ ଅନ୍ତର୍ଗତ ବହଳପଦର କ୍ଲଷ୍ଟରର ଭାଲୁଡୁଙ୍ଗୁରୀ ସରକାରୀ ୟୁପି ସ୍କୁଲରେ ବାରମ୍ବାର ଚୋରି ହେଉଥିବାବେଳେ ଏ ପର୍ଯ୍ୟନ୍ତ ଦୁର୍ବୃତ୍ତମାନଙ୍କୁ ଧରିବାରେ…

ଶିକ୍ଷାବିତ୍‌ଙ୍କ ଅକାଳ ବିୟୋଗ: ଚକ୍ଷୁ ଦାନ କରି ସାଜିଲେ ଉଦାହରଣ

ନୂଆପଡ଼ା/ସିନାପାଲି,୨୩ା୬(ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଅଞ୍ଚଳର ଶିକ୍ଷାବିତ୍‌ ଜଗନ୍ନାଥ ନାୟକଙ୍କ ୫୨ ବର୍ଷ ବୟସରେ ରବିବାର ଅକାଳ ବିୟୋଗ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ…

ଅଟୋ ରାଲି ଶୁଭାରମ୍ଭରେ ତ୍ରିରଙ୍ଗା ଉଡାଇଲେ ବିଧାୟକ, ଭିଡିଓ ଭାଇରାଲ ପରେ…

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅଟୋରିକ୍ସା ମାଲିକ ସଂଘ ରବିବାର ସଂଘର ୨୭ତମ ବାର୍ଷିକ ଉତ୍ସବ ପାଳନ କରିଥିଲା। ଏହି ଅବସରରେ ସକାଳ ପ୍ରାୟ ୮ଟାରେ ବରଗଡ଼…

ବିକ୍ରି ନ ହୋଇ ଖୋଲା ଆକାଶ ତଳେ ପଡିରହିଛି ଧାନ: ମାଡ଼ି ଆସିଲା ବର୍ଷା

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ କରିବା ସମୟ ଆସି ଯାଇଛି। ହେଲେ ଟୋକନ ସମସ୍ୟା ଯୋଗୁ ଏପର୍ଯ୍ୟନ୍ତ ରବିରେ ଅମଳ ଧାନକୁ ଅନେକ ଚାଷୀ ବିକ୍ରି…

ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri