Posted inଜାତୀୟ

ନେପାଳ ସଂସଦରେ ସଂଶୋଧନ ବିଲ୍‌ ଆଗତ: ନୂଆ ମାନଚିତ୍ରରେ ଭାରତର ୩ ଅଞ୍ଚଳ

ନୂଆଦିଲ୍ଲୀ/କାଠମାଣ୍ଡୁ,୩୧।୫: ଭାରତ ଏବଂ ନେପାଳ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ନେପାଳ ସରକାର ରାଜନୈତିକ ମାନଚିତ୍ର ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍‌ ସଂସଦରେ ଆଗତ କରିଛନ୍ତି। ଏହାକୁ ନେପାଳ ଆଇନମନ୍ତ୍ରୀ ଶିବମାୟା ତୁମ୍ବାହମ୍ଫେ ଆଗତ କରିଛନ୍ତି। ନେପାଳର ନୂଆ ମାନଚିତ୍ରରେ ଭାରତର କଳାପାଣି, ଲିପୁଲେଖ ଏବଂ ଲିମ୍ପିୟାଧୁରା ଆଦି ୩ ଅଞ୍ଚଳକୁ ସାମିଲ୍‌ କରାଯାଇଛି। ମେ ୨୨ରେ ଏହି ବିଲ୍‌କୁ ନେପାଳ ସଂସଦରେ ପଞ୍ଜିକରଣ କରାଯାଇଥିଲା। ଏଥିରେ ୧୮୧୫ ସୁଗୌଲି ଚୁକ୍ତି ସମ୍ପର୍କରେ ଦର୍ଶାଯାଇଛି। ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଚନ୍ଦ୍ର ଶୁମଶେରଙ୍କ ଦ୍ୱାରା ଏସବୁ ଅଞ୍ଚଳ ନେପାଳ ରାଜ୍ୟର ବୋଲି ଉଲ୍ଲେଖ ହୋଇଥିବା କୁହାଯାଉଛି। ଏହି ବିଲ୍‌ ପାସ୍‌ ପାଇଁ ନେପାଳ ସଂସଦରେ ଦୁଇ ତୃତୀୟାଂଶ ସଦସ୍ୟଙ୍କ ସମର୍ଥନର ଆବଶ୍ୟକତା ରହିଛି। ନେପାଳ ସଂସଦରେ ୨୭୫ ଆସନ ମଧ୍ୟରୁ ୧୭୪ ଆସନ ଶାସକ ନ୍ୟାଶନାଲ କଂଗ୍ରେସ ପାର୍ଟି ପାଖରେ ରହିଛି। ସେହିପରି ନେପାଳୀ କଂଗ୍ରେସ ପାଖରେ ୬୩ ଆସନ ଏବଂ ଜନତା ସମାଜବାଦୀ ପାର୍ଟି ପାଖରେ ୩୪ ଆସନ ରହିଛି। ବିଲ୍‌ ପାସ୍‌ ପାଇଁ ୧୮୪ ସଦସ୍ୟଙ୍କ ସମର୍ଥନ ମିଳିବା ଜରୁରୀ। ଶାସକ ଦଳ ପାଖରେ ସମର୍ଥନ ପାଇଁ ୧୦ ସଦସ୍ୟଙ୍କର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri