ନୋସିରେ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ, ୩୦ ଅଧିକାରୀ

ବାଲେଶ୍ୱର ଅଫିସ, ୧୩।୧୨-ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗରିବ ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲାଇବା ଉଦ୍ଦେଶ୍ୟରେ ଗତ ୨୦୧୬ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାକୁ ପ୍ରଣୟନ କରିଥିଲେ। ଚଳିତବର୍ଷ ଏହି ଯୋଜନାରେ ୫ଟି ଜିଲାରୁ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ ଓ ୩୦ ଅଧିକାରୀ ହରିଦ୍ୱାର ଓ ଋଷିକେଶ ଭ୍ରମଣ ନିମନ୍ତେ ୬ଦିନିଆ ଗସ୍ତରେ ଶୁକ୍ରବାର ପୂର୍ବାହ୍ନ ୧୧ଟା ୪୫ମିନିଟ୍‌ରେ ସ୍ବତନ୍ତ୍ର ରେଳ ଯୋଗେ ବାଲେଶ୍ୱର ରେଳଷ୍ଟେଶନରୁ ଯାତ୍ରା କରିବେ। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ପୂର୍ବାହ୍ନ ୧୧ଟା ୩୫ମିନିଟ୍‌ରେ ଶୁଭାରମ୍ଭ କରିବା ପରେ ଯାତ୍ରା ଆରମ୍ଭ ହେବ। ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ୫ଟି ଜିଲାର ବିଧାୟକ ଏବଂ ଏମ୍‌ପି, ମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଥିବା ସୂଚନା ମିଳିଛି।
ଗୁରୁବାର ଅପରାହ୍ନ ସମୟରେ ବାଲେଶ୍ୱର ଜିଲାରୁ ୨୨୬ ଜଣ ତୀର୍ଥଯାତ୍ରୀଙ୍କ ସହ ୭ଜଣ ଅଧିକାରୀ, ଭଦ୍ରକରୁ ୧୪୬ଜଣ ତୀର୍ଥଯାତ୍ରୀ, ୫ଜଣ ଅଧିକାରୀ, କେନ୍ଦୁଝରରୁ ୧୭୫ ଜଣ ତୀର୍ଥଯାତ୍ରୀ, ୫ ଜଣ ଅଧିକାରୀ, ମୟୂରଭଞ୍ଜରୁ ୨୪୫ ଜଣ ତୀର୍ଥଯାତ୍ରୀ, ୮ ଜଣ ଅଧିକାରୀ, ଯାଜପୁରରୁ ୧୭୮ଜଣ ତୀର୍ଥଯାତ୍ରୀ ଓ ୫ ଜଣ ଅଧିକାରୀଙ୍କ ସମେତ ମୋଟ ୭୯୦ ଜଣ ତୀର୍ଥଯାତ୍ରୀ ଏବଂ ୩୦ଜଣ ଅଧିକାରୀ ରେମୁଣାସ୍ଥିତ ନୋସି ବିଜନେସ୍‌ ପାର୍କରେ ପହଞ୍ଚତ୍ଛନ୍ତି। ତଦାରଖ ପାଇଁ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବାସ ନିଆଲଙ୍କ ସମେତ ସମସ୍ତ ପ୍ରଶାସନ ଅଧିକାରୀ ଉପସ୍ଥିତ ରହିଛନ୍ତି। ନୋସି ପାର୍କରେ ସନ୍ଧ୍ୟାରେ ତୀର୍ଥଯାତ୍ରୀଙ୍କ ନିମନ୍ତେ ଭଜନ ସନ୍ଧ୍ୟା ଆୟୋଜିତ କରାଯାଇଛି। ତୀର୍ଥଯାତ୍ରୀଙ୍କ ଲାଗି ରେଳଷ୍ଟେଶନରୁ ନୋସି ପାର୍କ ଏବଂ ନୋସି ପାର୍କରୁ ରେଳଷ୍ଟେଶନକୁ ଯା’ଆସ ନିମନ୍ତେ ସ୍ବତନ୍ତ୍ର ଭାବେ ବସ୍‌ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri