Posted inଜାତୀୟ

ନ୍ୟାଶନାଲ ଇନ୍‌ଫ୍ରାଷ୍ଟ୍ରକ୍‌ଚର ପାଇପ୍‌ଲାଇନର ଶୁଭାରମ୍ଭ କଲେ ସୀତାରାମନ:ଖର୍ଚ୍ଚ ହେବ ୧୦୨ ଲକ୍ଷ କୋଟି

ନୂଆଦିଲ୍ଲୀ,୧-୧:ଦେଶର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପରେ କେନ୍ଦ୍ର ସରକାର ୧୦୦ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିବେ। ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ୧୦୨ ଲକ୍ଷ କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହାକୁ ନ୍ୟାଶନାଲ ଇନ୍‌ଫ୍ରାଷ୍ଟ୍ରକଚର ପାଇପଲାଇନ(ଏନ୍‌ଆଇପି) ଅଧୀନରେ ଆରମ୍ଭ କରାଯାଇଛି। ୨୦୨୫ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାରରେ ରୂପାନ୍ତରିତ କରିବା ଦିଗରେ ଏଭଳି ପଦକ୍ଷେପ ସହାୟତା କରିବ ବୋଲି ସୀତାରାମନ ଏହି ଅବସରରେ ସୂଚନା ଦେଇଛନ୍ତି।
ସୀତାରାମନ କହିଛନ୍ତି ଯେ, ଏହି ପ୍ରକଳ୍ପଗୁଡିକୁ ଆଗାମୀ ୫ ବର୍ଷରେ କାର୍ଯ୍ୟାନ୍ବୟନ କରାଯିବ। ଭିତ୍ତିଭୂମି କ୍ଷେତ୍ରକୁ ଅଗ୍ରାଧିକାର ସ୍ବରୂପ କେନ୍ଦ୍ର ସରକାର ଏଭଳି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ସ୍ବାଧୀନତା ଦିବସ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିତ୍ତିଭୂମିରେ ୧୦୦ ଲକ୍ଷ କୋଟି ନିବେଶ ନେଇ କହିଥିଲେ। ଏହା ପରେ ଏଥିଲାଗି ଗଠିତ ଟାସ୍କଫୋର୍ସ ୧୦୨ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ନେଇ ପ୍ରକ୍ରିୟା ଆରମ୍ଭ କରିଥିଲା। ୪ ମାସ ମଧ୍ୟରେ ୭୦ ଅଂଶୀଦାରଙ୍କଠାରୁ ଏ ସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗ ଉପରେ ସରକାର ପରାମର୍ଶ ଗ୍ରହଣ କରିଥିବା ସୀତାରାମନ ମତ ଦେଇଛନ୍ତି।
ଏହି ଆଧାରରେ ଅତିରିକ୍ତ ୩ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ଯୋଡି ହେବ ବୋଲି ସେ ମତ ରଖିଛନ୍ତି। ଗତ ୬ ବର୍ଷ ମଧ୍ୟରେ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ୫୧ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ଶେଷ କରାଯାଇଛି। ଆଗକୁ ଆସିବାକୁ ଥିବା ପ୍ରକଳ୍ପ ମଧ୍ୟରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ୩୯% କାର୍ଯ୍ୟକ୍ରମ ହାତକୁ ନିଆଯିବ। ବଳକା ୨୨% ଘରୋଇ କ୍ଷେତ୍ର ଦ୍ୱାରା ହେବ ବୋଲି ସୀତାରାମନ ସ୍ପଷ୍ଟ କରିଛନ୍ତି। ପ୍ରକଳ୍ପଗୁଡିକ ଶକ୍ତି, ରେଳ, ସହର ବିକାଶ, ଜଳସେଚନ, ମୋବିଲିଟି, ଶିକ୍ଷା ଏବଂ ସ୍ବାସ୍ଥ୍ୟ ଭଳି କ୍ଷେତ୍ରରେ ହେବ। ଶକ୍ତି କ୍ଷେତ୍ର ଲାଗି ଆଗାମୀ ଦିନରେ ୨୫ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ହାତକୁ ନିଆଯିବ। ରାଜପଥ ଲାଗି ୨୦ ଲକ୍ଷ କୋଟି ଏବଂ ପ୍ରାୟ ୧୪ ଲକ୍ଷ କୋଟି ରେଳପଥର ବିକାଶ ଦିଗରେ ଖର୍ଚ୍ଚ କରାଯିବ। ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ର, ରେଳ ସହର ବିକାଶ, ଜଳସେଚନ, ଡିଜିଟାଲ ଭଳି ଅନ୍ୟ କ୍ଷେତ୍ରକୁ ସରକାର ପ୍ରାଥମିକତା ଦେଉଥିବା ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri