Posted inଖେଳ

ନ୍ୟାଶନାଲ କ୍ରିକେଟ ଲିଗ୍‌: ସିଡିଏ ଡିଏଭିର ପ୍ରୀତିଶ ଦ୍ୱିତୀୟ ରାଉଣ୍ଡକୁ ଉନ୍ନୀତ

କଟକ,୨୦ା୬(କାର୍ତ୍ତିକ ସାହୁ): କୋଲକାତାରେ ଖେଳାଯାଇଥିବା ନ୍ୟାଶନାଲ କ୍ରିକେଟ ଲିଗ୍‌(ଏନ୍‌ସିଏଲ)ର ଷ୍ଟେଟ ସେଲେକ୍ସନ ମ୍ୟାଚ୍‌ରେ ପ୍ରୀତିଶ ମିଶ୍ର ଦ୍ୱିତୀୟ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି।

କଟକ ସିଡିଏସ୍ଥିତ ଡିଏଭି ପବ୍ଲିକ ସ୍କୁଲର ବାମ ହାତୀ ବ୍ୟାଟ୍‌ସ ମ୍ୟାନ୍‌ ପ୍ରୀତିଶ ବିଭିନ୍ନ ବୟସ ବର୍ଗର ଖେଳାଳିମାନଙ୍କୁ ପଛରେ ପକାଇ ବ୍ୟାଟିଂରେ ସର୍ବାଧିକ ରନ୍‌ କରିଛନ୍ତି। ଆଗାମୀ ଜୁଲାଇ ମାସରେ ଭୁବନେଶ୍ୱରରେ ହେବାକୁ ଥିବା ଦ୍ୱିତୀୟ ରାଉଣ୍ଡ ଖେଳ ନିମନ୍ତେ ସେ ଚୟନ ହୋଇଛନ୍ତି।

ପ୍ରୀତିଶ ମାତ୍ର ୧୩ ବର୍ଷ ବୟସର ହୋଇଥିଲେ ମଧ୍ୟ ତାଙ୍କଠାରୁ ଉର୍ଦ୍ଧ୍ୱ ବୟସର ଖେଳାଳି ଯଥା ଅଣ୍ଡର ୨୩, ୧୯, ଏବଂ ୧୬ ଖେଳାଳୀଙ୍କ ବୋଲିଂକୁ ଦୃଢ଼ତାର ସହ ସମ୍ମୁଖୀନ କରି ଲିଡର ବୋର୍ଡରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।

ଓଡ଼ିଶାରୁ ଅନ୍ୟ ଖେଳାଳିମାନେ ମଧ୍ୟ ଭାଗ ନେଇଥିଲେ। ତନ୍ମଧ୍ୟରୁ ସିଡିଏ ଡିଏଭି ପବ୍ଲିକ ସ୍କୁଲର ଦିବ୍ୟାଂଶୁ ନାୟକ ବୋଲିଂରେ ୨ୟ ସ୍ଥାନରେ ଥିବାବେଳେ ଅସ୍ମିତ ଅଂଶୁମାନ ବ୍ୟାଟିଂରେ ୪ର୍ଥ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri