Posted inଖେଳ

ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରିକୁ ସସ୍‌ପେଣ୍ଡ କଲା ଓ୍ବାଡା

ନୂଆଦିଲ୍ଲୀ, ୨୪ା୮ (ପି.ଟି.)-ଓ୍ବାଲର୍‌ଡ୍‌ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଭାରତର ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରି (ଏନ୍‌ଡିଟିଏଲ୍‌)କୁ ୬ ମାସ ପାଇଁ ସସ୍‌ପେଣ୍ଡ କରିଛି। ଫଳରେ ଦେଶର ଆଣ୍ଟି ଡୋପିଂ ପ୍ରୋଗ୍ରାମ୍‌କୁ ଶକ୍ତ ଧକ୍କା ଲାଗିଛି। କ୍ରୀଡ଼ା ମନ୍ତ୍ରଣାଳୟ ଏଥିରେ ଆଶ୍ଚର୍ଯ୍ୟ ପ୍ରକାଶ କରିବା ସହ ଅପିଲ କରିବା ଲାଗି ସ୍ଥିର କରିଛି। ଏନ୍‌ଡିଟିଏଲ୍‌ ୨୦୦୮ରେ ଓ୍ବାଡା ସ୍ବୀକୃତି ଲାଭ କରିଥିଲା। ସସ୍‌ପେଣ୍ଡ ଆଦେଶ ଅଗଷ୍ଟ ୨୦ରୁ ଲାଗୁ ହୋଇଛି। ସସ୍‌ପେଣ୍ଡ ଆଦେଶ ନ ଉଠିବା ପର୍ଯ୍ୟନ୍ତ ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରିରେ ଡୋପ୍‌ ଟେଷ୍ଟ ପାଇଁ ସଂଗ୍ରହ କରାଯାଇଥିବା କୌଣସି ସାମ୍ପଲ ପରୀକ୍ଷା ହୋଇପାରିବ ନାହିଁ। ଟୋକିଓ ଅଲିମ୍ପିକ୍ସ ଆଉ ମାତ୍ର ଏକ ବର୍ଷ ଥିବାବେଳେ ଓ୍ବାଡାର ଏହି ନିଷ୍ପତ୍ତି ଶକ୍ତ ଧକ୍କା ଦେଇଛି। ଓ୍ବାଡାର ଏକ ପ୍ରତିନିଧି ଦଳ ନିକଟରେ ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରି ପରିଦର୍ଶନରେ ଆସିଥିଲେ। ଏହା ଇଣ୍ଟରନ୍ୟାଶନାଲ ଷ୍ଟାଣ୍ଡାର୍ଡ ଫର୍‌ ଲାବରେଟୋରି (ଆଇଏସ୍‌ଏଲ) ମାନଦଣ୍ଡ ବାହାରେ ବୋଲି ସେମାନେ ରିପୋର୍ଟ ଦେଇଥିଲେ। ଏନ୍‌ଡିଟିଏଲ୍‌ ଚାହିଁଲେ ୨୧ଦିନ ମଧ୍ୟରେ ଓ୍ବାଡାର ଏହି ନିଷ୍ପତ୍ତି ବିରୋଧରେ ଅପିଲ କରିପାରିବ। ବ୍ୟବସାୟିକ ସ୍ବାର୍ଥ ଦୃଷ୍ଟିରୁ ଏହା କରାଯାଇଥାଇପାରେ ବୋଲି ଓ୍ବାଡା ନିଷ୍ପତ୍ତିରେ ଆଶ୍ଚର୍ଯ୍ୟ ପ୍ରକାଶ କରିଥିବା କ୍ରୀଡ଼ା ସଚିବ ରାଧେଶ୍ୟାମ ଜୁଲାନିୟା କହିଛନ୍ତି। କାରଣ ଆମ ଲାବରେଟୋରିରେ ସାମ୍ପଲ ଟେଷ୍ଟ କରିବାର ଖର୍ଚ୍ଚ ଅନ୍ୟ ଦେଶର ଲାବରେଟୋରିଗୁଡ଼ିକ ତୁଳନାରେ ଶସ୍ତା। ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ଠାରୁ ଏନ୍‌ଡିଟିଏଲ୍‌ ବିଚ୍ଛିନ୍ନ ହେବା ଦ୍ୱାରା ଭାରତରେ ଆଣ୍ଟି-ଡୋପିଂ ପ୍ରୋଗ୍ରାମ୍‌ରେ ବାଧା ସୃଷ୍ଟି ହେବ। ସସ୍‌ପେଣ୍ଡ ସମୟରେ କେବଳ ସାମ୍ପଲ ସଂଗ୍ରହ କରିପାରିବ ବୋଲି ନାଡା ମହାନିର୍ଦ୍ଦେଶକ ନବୀନ ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି। ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) କହିଛି ଅନ୍ୟ ଦେଶରେ ସାମ୍ପୁଲର ପରୀକ୍ଷା ପାଇଁ ଆମକୁ ଅତିରିକ୍ତ ବ୍ୟୟଭାର ସମ୍ଭାଳିବାକୁ ପଡ଼ିବ, ଯାହାକି କଷ୍ଟସାଧ୍ୟ। ଯଥାସମ୍ଭବ ଆମକୁ ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ ଥିବା ଓ୍ବାଡା ସ୍ବୀକୃତିପ୍ରାପ୍ତ ଲାବରେଟୋରି ଉପରେ ଆମକୁ ନିର୍ଭର କରିବାକୁ ପଡ଼ିବ। ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରା କହିଛନ୍ତି, ଟୋକିଓ ଗେମ୍ସ ଆଉ ମାତ୍ର ୧୧ ମାସ ରହିଥିବାବେଳେ ଓ୍ବାଡାର ନିଷ୍ପତ୍ତି ଭାରତରେ ଅଲିମ୍ପିକ ଆନ୍ଦୋଳନକୁ ଶକ୍ତ ଧକ୍କା ଦେଇଛି। ଭାରତର ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ଅତିରିକ୍ତ ବ୍ୟୟଭାର ବହନ କରିବା ସ୍ଥିତିରେ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ପାକିସ୍ତାନ କ୍ରିକେଟରେ ଝଡ଼: ଇଂଲଣ୍ଡରେ ଲଜ୍ଜାଜନକ ପରାଜୟ ପରେ ଏହି ଖେଳାଳି ଛାଡ଼ିଲେ…

ନୂଆଦିଲ୍ଲୀ,୧।୯: ପାକିସ୍ତାନ କ୍ରିକେଟରେ ସମସ୍ୟା କମିବାର ନାଁ ନେଉନାହିଁ। ଇଂଲଣ୍ଡ ବିପକ୍ଷ ସିରିଜ ମଧ୍ୟରେ ଦଳକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦିଗ୍ଗଜ କ୍ରିକେଟର୍‌ ମିସବାହ-ଉଲ-ହକ…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri