Posted inଜାତୀୟ

‘ନ୍ୟାୟିକ ପଦବୀ ପୂରଣଠାରୁ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ’

ନୂଆଦିଲ୍ଲୀ,୩୧ା୭(ପି.ଟି.) : ସାରା ଦେଶର ନ୍ୟାୟିକ ବ୍ୟବସ୍ଥାରେ ବହୁସଂଖ୍ୟକ ବିଚାରପତି ପଦବୀ ଖାଲି ପଡ଼ିଛି। ସେହି ପଦବୀଗୁଡ଼ିକ ପୂରଣ କରିବାଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଦେଶରେ କିଛି ଥାଇ ନ ପାରେ। ୨୪ ହାଇକୋର୍ଟ ଏବଂ ୩୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ଆସିଥିବା ରିପୋର୍ଟକୁ ଅନୁଧ୍ୟାନ କରିବା ପରେ ସୁପ୍ରିମକୋର୍ଟ ମଙ୍ଗଳବାର ଏହି ଟିପ୍ପଣୀ ଦେଇଛନ୍ତି।
ଅଦାଲତ ଗତବର୍ଷ ଅକ୍ଟୋବର ୨୨ରେ କହିଥିଲେ, ହାଇକୋର୍ଟ, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ନିମ୍ନ ଅଦାଲତଗୁଡ଼ିକରେ ୫,୦୦୦ରୁ ଊର୍ଦ୍ଧ୍ୱ ନ୍ୟାୟିକ ଅଧିକାରୀ ପଦବୀ ଖାଲିପଡ଼ିଛି। ଜୁନ୍‌ ୩୦ ସୁଦ୍ଧା କେତେ ପଦବୀ ଖାଲି ଅଛି ବୋଲି ଏହା ପୂର୍ବରୁ ସୁପ୍ରିମକୋର୍ଟ ରିପୋର୍ଟ ମାଗିଥିଲେ। ଏଥିପାଇଁ ୨୯ ରାଜ୍ୟ ଓ ୭ କେନ୍ଦ୍ରଶାସିତ ଅଞ୍ଚଳର ଆଇନ ସଚିବ ଏବଂ ରେଜିଷ୍ଟ୍ରାର୍‌ ଜେନେରାଲମାନେ ମଙ୍ଗଳବାର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ କୋର୍ଟରୁମ୍‌ରେ ହାଜର ହୋଇଥିଲେ। ଖଣ୍ଡପୀଠରେ ସାମିଲ ଥିବା ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଅନିରୁଦ୍ଧ ବୋଷ କହିଥିଲେ, ଦେଶରେ ବିଚାରପତି ନିଯୁକ୍ତିଠାରୁ କିଛି ଅଧିକ ଗୁରୁତ୍ୱପୂର୍ଣ୍ଣ ନୁହେଁ। ଆବଶ୍ୟକ ହେଲେ ଆମେ ସାରା ଦିନ ମାମଲାଗୁଡ଼ିକର ଶୁଣାଣି କରିବୁ। ସେହିପରି ନିର୍ଦ୍ଧାରିତ ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବା ପାଇଁ ପ୍ରଧାନ ବିଚାରପତି କେତେକ ରାଜ୍ୟକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri