ନ୍ୟାୟ ଦେଲାନି ନିଆଳି ଥାନା ପୋଲିସ: ନବୀନ ନିବାସ ଆଗରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ନ୍ୟାୟ ଦେଲା ନାହିଁ ପୋଲିସ। ନିଆଳି ଥାନାକୁ ବାରମ୍ବାର ଦୌଡି ନିରାଶ ହେବାପରେ ଶେଷରେ ଯୁବକ ଜଣକ ଶନିବାର ସକାଳେ ନବୀନ ନିବାସ ସମ୍ମୁଖରେ ପହଞ୍ଚତ୍ଥିଲେ। ସେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରୁଥିବାବେଳେ ପୋଲିସ ତାଙ୍କୁ ଉଦ୍ଧାର କରି ଥାନାକୁ ନେଇଥିଲା। ଘଟଣା ସମ୍ପର୍କରେ ପଚାରି ବୁଝିବା ପରେ ବୁଝାଶୁଝା କରି ଛାଡ଼ିଥିଲା।

ଯୁବକ ଜଣକ ହେଲେ ନିଆଳି ଥାନା ପହଙ୍ଗା ଗ୍ରାମର ରଘୁନାଥ ଓଝା। ନିଆଳି ଥାନା ଅନ୍ତର୍ଗତ ପହଙ୍ଗା ଗ୍ରାମରେ ରଘୁନାଥ ପରିବାର ସହ ରୁହନ୍ତି। ଗତ ୧ ତାରିଖରେ ଗ୍ରାମର କେତେଜଣ ବ୍ୟକ୍ତି ତାଙ୍କୁ ମରଣାନ୍ତକ ଆକ୍ରମଣ କରି ମୁଣ୍ଡ ଫଟାଇ ଦେଇଥିଲେ। ଏନେଇ ସେ ନିଆଳି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତାଙ୍କୁ ନିଆଳି ମେଡିକାଲ ଓ ପରେ କଟକ ବଡ଼ମେଡିକାଲ ନେଇ ଚିକିତ୍ସା କରି ଛାଡ଼ିଥିଲା। ହେଲେ ଅକ୍ରମଣକାରୀଙ୍କ ଉପରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ରଘୁନାଥ ଅଭିଯୋଗ କରିଛନ୍ତି। ଏନେଇ ସେ ନିଆଳି ଥାନା, ଏସ୍‌ଡିପିଓ ଅଡ଼ସପୁର, କଟକ ଗ୍ରାମାଞ୍ଚଳ ଏସ୍‌ପି ଓ ପୋଲିସ ଡିଜିଙ୍କୁ ଭେଟି ଅଭିଯୋଗ କରିଥିଲେ ମଧ୍ୟ କିଛି ବି ସୁଫଳ ମିଳି ନ ଥିଲା। ଫଳରେ ଅଭିଯୁକ୍ତମାନେ ତାଙ୍କ ସହ ପରିବାର ଲୋକଙ୍କୁ ହତ୍ୟା ଧମକ ଦେଉଛନ୍ତି। ତେଣୁ ସେ ବାଧ୍ୟ ହୋଇ ନ୍ୟାୟ ପାଇଁ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ କରିଥିବା ରଘୁନାଥ କହିଛନ୍ତି। ତେବେ ଘଟଣା ସଂକ୍ରାନ୍ତରେ ଥାନାଧିକାରୀଙ୍କ ମତାମତ ମିଳିପାରିନି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଆଇସିୟୁରେ ଭର୍ତ୍ତି…

ଭୁବନେଶ୍ୱର,୩।୩: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri