ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହେଲେ ଶତାଧିକ ମହିଳା

ଆନନ୍ଦପୁର,୧୫।୬(ସ୍ବ.ପ୍ର.):୧୪ ବର୍ଷର ନାବାଳକ ଜିତେନ୍ଦ୍ରର ମୃତ୍ୟୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରି ନ୍ୟାୟ ପାଇଁ ଆନନ୍ଦପୁର ଥାନା ଅନ୍ତର୍ଗତ ଖଡିପାଳ ଗ୍ରାମର ଶତାଧିକ ମହିଳା ସୋମବାର ଅପରାହ୍ନରେ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ହତ୍ୟାକାଣ୍ଡର ତଦନ୍ତ କରି ଦୋଷୀକୁ ଦଣ୍ଡ ଦେବା ପାଇଁ ପୁନର୍ବାର ଆନନ୍ଦପୁର ଥାନା ଅଧିକାରୀଙ୍କୁ ଏକ ଲିଖିତ ଅଭିଯୋଗ ପ୍ରଦାନ କରିଛନ୍ତି। ଜିତେନ୍ଦ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ହସ୍ତଗତ ହେବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ଗଗନ ବିଶ୍ୱାଳ ବୋଲି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜଳିପଦା ଗ୍ରାମର ବାବୁଲି ନାୟକଙ୍କ ପୁଅ ଜିତୁ ନାୟକ (୧୪) ଦୁଇ ବର୍ଷ ଧରି ଆନନ୍ଦପୁର ଥାନା ଖଡିପାଳ ଗ୍ରାମ ଫୁଲବାଳି ସାହିରେ ନିଜ ଭିଣୋଇ ଜଗବନ୍ଧୁ ବେହେରାଙ୍କ ଘରେ ରହି ପାଖ ସ୍‌ୁଲରେ ନବମ ଶ୍ରେଣୀରେ ପାଠ ପଢୁଥିଲେ। ଗତ ୯ ତାରିଖ ରାତିରେ ଘରେ ଖାଇ ଶୋଇଥିଲେ। ୧୦ ତାରିଖରେ ସକାଳୁ ଜିତୁ ଘରେ ନ ଥିବା ଦେଖିବାକୁ ପାଇଥିଲେ ପରିବାରବର୍ଗ। ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ହେଲେ ଗାଁ ମୁଣ୍ଡରେ ଥିବା ଏକ ଆମ୍ବ ତୋଟାରେ ଜିତୁଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଘଟଣା ସମ୍ପର୍କରେ ଆନନ୍ଦପୁର ଥାନା ପୋଲିସ ପହଞ୍ଚିି ଶବ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ବ୍ୟବସ୍ଥା କରାଇଥିଲେ। ପରବର୍ତ୍ତୀ ସମୟରେ ପରିବାର ଲୋକେ ମୃତ ଜିତେନ୍ଦ୍ରଙ୍କ ପଢାବହିରୁ ଏକ ଝିଅ ସହିତ ଭଲ ପାଇବା ସମ୍ପର୍କ ଥିବା ସୂଚନା ପାଇଥିଲେ। ଫଳରେ ଜିତେନ୍ଦ୍ରଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ଜିତେନ୍ଦ୍ରଙ୍କ ଭିଣୋଇ ଜଗବନ୍ଧୁ ଗତ ୧୧ ତାରିଖରେ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ ଦେଇଥିଲେ। ଅଭିଯୋଗ ଅନୁଯାୟୀ ଜିତେନ୍ଦ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ତେବେ ଦୀର୍ଘ ୬ ଦିନ ଧରି ପୋଲିସ ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରୁ ନ ଥିବା ଅଭିଯୋଗ କରି ସୋମବାର ଗ୍ରାମର ବହୁ ସଂଖ୍ୟାରେ ମହିଳା ବର୍ଷା ସତ୍ତ୍ୱେ ଚାଲି ଚାଲି ଆସି ଆନନ୍ଦପୁର ଥାନାରେ ପୁନର୍ବାର ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri